ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ ହେଉଥିବା ସାମୁଦ୍ରିକ ପଥ ‘ଷ୍ଟ୍ରେଟ୍‌ ଅଫ ହର୍ମୁଜ’କୁ ଇରାନ ନିଜ ନିୟନ୍ତ୍ରଣରେ ରଖିଛି। କିଛି ସପ୍ତାହ ହେଲା ଯୁଦ୍ଧ ବିରତି ରହିଥିଲେ ମଧ୍ୟ ହର୍ମୁଜ୍ରେ ସାମଗ୍ରୀ ପରିବହନ ସ୍ବାଭାବିକ ହୋଇପାରୁନାହିଁ। ଏହାର ପ୍ରଭାବରେ ଭାରତ ସମେତ ଅନ୍ୟ କେତେକ ଦେଶ ତୈଳ ଓ ରନ୍ଧନ ଗ୍ୟାସ ସଙ୍କଟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ଓଡ଼ଶା ଏଥିରୁ ବାଦ ପଡ଼ିନାହିଁ। ପ୍ରଥମେ ଗ୍ୟାସ ସମସ୍ୟା ନେଇ ସାରା ଏକପ୍ରକାର ସମସ୍ୟା ସୃଷ୍ଟି ହୋଇଥିବାବେଳେ ଏବେ ଅନେକ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲର ଅଭାବ ଦେଖାଦେଲାଣି। କେତେକ ଫିଲିଂ ଷ୍ଟେଶନରେ ପେଟ୍ରୋଲ ଓ ଡିଜେଲ ନ ଥିବା ଲେଖି ଜଣାଇ ଦିଆଯାଇଥିବାବେଳେ ଆଉ କେତେକ ସ୍ଥାନରେ ଲମୱା ଧାଡ଼ି ଲାଗୁଛି। ଲୋକଙ୍କୁ ସେମାନଙ୍କ ଇଚ୍ଛା ମୁତାବକ ପେଟ୍ରୋଲ ଓ ଡିଜେଲ ଦେବା ପରିବର୍ତ୍ତେ ନିର୍ଦ୍ଧାରିତ ପରିମାଣର ଦିଆଯାଉଛି।
ଗଞ୍ଜାମ ଜିଲାର ଛତ୍ରପୁରରେ ଦେଖାଦେଇଛି ପେଟ୍ରୋଲ ସଙ୍କଟ l ବାଇକ୍‌ ପିଛା ୨୦୦ ଟଙ୍କା ଓ କାର୍‌ ପିଛା ୫୦୦ ଟଙ୍କାରୁ ଅଧିକ ମିଳୁନି ପେଟ୍ରୋଲ। ଫଳରେ ନାହିଁ ନ ଥିବା ଅସୁବିଧାର ଶିକାର ହେଉଛନ୍ତି ଜନତା। ଛତ୍ରପୁର ସହର ମଧ୍ୟରେ ଥିବା ଓପିଡିସି ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣର ପେଟ୍ରୋଲ ନ ଥିବାରୁ ଏଭଳି ହୋଇଥିବା ଦେଖିବାକୁ ମିଳିଛି। ସହରରେ ଥିବା ପେଟ୍ରୋଲ ପମ୍ପ୍‌ରେ ପେଟ୍ରୋଲର ଅଭାବ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?