ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ କି ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଏବଂ ଚାଇନାରେ ହେବାକୁ ଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉପରେ ସମସ୍ତଙ୍କର ନଜର ରହିଛି।

ରୁଷିଆ ସମେତ ଅନ୍ୟାନ୍ୟ ତୈଳ ଉତ୍ପାଦାନକାରୀ ଦେଶ ଗୁଡିକ ପ୍ରତିଦିନ ୨.୨ ବ୍ୟାରେଲ କମ୍ ଅଶୋଧିତ ତୈଳ ଉତ୍ପାଦନ ଆଉ ଏକ ମାସ ଡିସେମ୍ବର ପର୍ଯ୍ୟନ୍ତ କରିବାକୁ ରବିବାର ନିଷ୍ପତ୍ତି ନେଇଥିଲେ।

ଅନ୍ୟପଟେ ଆମେରିକା ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଇରାନ ଦିନେ ଦୁଇ ଦିନମଧ୍ୟରେ ଇସ୍ରାଏଲ ଏବଂ ଇରାକ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି। ଆମେରିକାରେ ରାଷ୍ଟ୍ରପତିନିର୍ବାଚନରେ ଉଭୟ ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ଲଢେଇ ଚାଲିଥିବା ବେଳେ କିଏ ଜିତିବ ତାହା ଆକଳନ କରି ବିଶ୍ୱର ଅନେକ ଶେୟାର ବଜାରରେ ହ୍ରାସ ଦେଖିବାକୁ ମିଳୁଛି। ଏଥିସହିତ ଗୁରୁବାର ଫେଡେରେଲ ରିଜର୍ଭ ସୁଧହାର ହ୍ରାସ କରିବାର ସମ୍ଭାବନା ରହିଛି।

ତେବେ ଚଳିତ ସପ୍ତାହରେ ତେଲ ବଜାରରେ ଦର ପରିବର୍ତନ ହେବାର ସମ୍ଭାବନା ରହିଛି। ବିଶେଷଜ୍ଞମାନେ ଏବେ ଇରନର ପଦକ୍ଷେପ, ଆମେରିକା ନିର୍ବାଚନ ଏବଂ ଫେଡେରେଲ ରିଜର୍ଭର ନିଷ୍ପତ୍ତି ଉପରେ ନଜର ରଖିଛନ୍ତି।

ସେପଟେ ଧିମା ରହିଥିବା ଅର୍ଥନୀତିକୁ ବଳ ଦେବା ଲାଗି ଚାଇନା ଆଉ ଏକ ରିହାତି ପ୍ରଦାନ କରିବାକୁ ଘୋଷଣା କରିପାରେ। ସୋମବାରଠାରୁ ଶୁକ୍ରବାର ମଧ୍ୟରେ ହେବାକୁ ଥିବା ନ୍ୟାଶନାଲ ପିପୁଲସ୍ କଂଗ୍ରେସର ଷ୍ଟାଣ୍ଡିଂ କମିଟି ବୈଠକରେ ଏହା ଉପରେ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri