Posted inଜାତୀୟ

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ ‘ଅଏଲ ଇଣ୍ଡିଆ ଲିମିଟେଡ’ (OIL) କୁ ଆଣ୍ଡାମାନ ସମୁଦ୍ରର ଗଭୀର ଜଳଭାଗରେ ପ୍ରାକୃତିକ ଗ୍ୟାସ (Natural Gas) ଆବିଷ୍କାର କରିବାରେ ଏକ ବଡ଼ ସଫଳତା ମିଳିଛି। କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେବା ସହ ଅଏଲ୍‌ ଇଣ୍ଡିଆର ସମଗ୍ର ଟିମକୁ ଏହି ଗୌରବମୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି।
କେନ୍ଦ୍ର ମନ୍ତ୍ରୀଙ୍କ କହିବା ଅନୁଯାୟୀ, ଆଣ୍ଡାମାନ ଦ୍ୱୀପପୁଞ୍ଜର ପୂର୍ବ ଉପକୂଳରୁ ପ୍ରାୟ ୧୫ କିଲୋମିଟର ଦୂରରେ, ସମୁଦ୍ର ମଧ୍ୟରେ ୩୫୫ ମିଟର ଗଭୀରତାରେ ଅବସ୍ଥିତ ‘ଶ୍ରୀ ବିଜୟପୁରମ-୩’ ନାମକ ଏକ ତୈଳ କୂପରୁ ଏହି ଗ୍ୟାସ ଭଣ୍ଡାର ମିଳିଛି। ଏଠାରେ ବହୁ ପରିମାଣରେ ହାଇଡ୍ରୋକାର୍ବନ ଗ୍ୟାସ ଥିବା ନେଇ ସ୍ପଷ୍ଟ ହୋଇଛି।
ଅଏଲ ଇଣ୍ଡିଆ କମ୍ପାନୀ ସମୁଦ୍ର ଶଯ୍ୟାରୁ ପ୍ରାୟ ୧୯୦୦ ମିଟରରୁ ଅଧିକ ଗଭୀରତା ପର୍ଯ୍ୟନ୍ତ ଖନନ କରି ପ୍ରାଥମିକ ପରୀକ୍ଷଣ ଶେଷ କରିଛି। ପରୀକ୍ଷଣ ସମୟରେ ଗ୍ୟାସକୁ କ୍ରମାଗତ ଭାବରେ ଜଳାଯାଇଥିଲା (Flaring), ଯାହା ଦ୍ୱାରା ସେଠାରେ ବିପୁଳ ଗ୍ୟାସର ଭଣ୍ଡାର ଥିବା ନିଶ୍ଚିତ ହୋଇଛି।

ବର୍ତ୍ତମାନ କମ୍ପାନୀ ଗ୍ୟାସର ସଠିକ ସଂରଚନା ଏବଂ ଏହାର ଶକ୍ତି କ୍ଷମତା ଜାଣିବା ପାଇଁ ନମୁନା ସଂଗ୍ରହ କରୁଛି। ଏହି ଗ୍ୟାସ କେଉଁଠାରୁ ଏବଂ କେମିତି ସୃଷ୍ଟି ହେଲା, ତାହା ଜାଣିବା ପାଇଁ ଏହାର ଆଇସୋଟୋପ ପରୀକ୍ଷା ମଧ୍ୟ କରାଯାଉଛି।
କେନ୍ଦ୍ର ମନ୍ତ୍ରୀ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସ୍ବାଧୀନତା ଦିବସ ୨୦୨୫ ଅବସରରେ ଘୋଷଣା କରାଯାଇଥିବା ‘ସମୁଦ୍ର ମନ୍ଥନ ମିଶନ’ ଅଧୀନରେ ଦେଶର ଅଫସୋର ବେସିନଗୁଡ଼ିକରେ ବହୁ ସଂଖ୍ୟାରେ ଡିପୱାଟର ଏବଂ ଅଲଟ୍ରା-ଡିପୱାଟର ଅନ୍ବେଷଣ କୂପ ଖନନ ପାଇଁ ଯୋଜନା କରାଯାଇଛି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭାରତର ହାଇଡ୍ରୋକାର୍ବନ ସମ୍ପଦର ସମ୍ପୂର୍ଣ୍ଣ ଉପଯୋଗ କରିବା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?