୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ ଦେଶରେ ତୈଳର ଆବଶ୍ୟକତା ତୁଳନାରେ ଅମଳ ବହୁତ କମ୍‌ ରହୁଛି ଏହାର ଅଭାବ ପୂରଣ କରିବାକୁ ଏବେ ଭାରତ ଓ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେବା ଆରମ୍ଭ କରିଦେଇଛନ୍ତି। ଦାରିଙ୍ଗବାଡ଼ି ଅଞ୍ଚଳରେ ଏବେ ଖାଇବା ତେଲ ଅମଳ ପାଇଁ ଅଏଲ ପାମ୍‌ (OIL PALM ) ପ୍ଲାଣ୍ଟେସନ କରାଯାଉଛି। ଯାହାକି ୨୦୨୬/୨୭ ଆର୍ଥିକ ବର୍ଷ ପାଇଁ ଉକ୍ତ ବ୍ଲକ ଅଞ୍ଚଳରେ ୪୦ ହେକ୍ଟର ଜମିରେ ଏହି ଚାଷ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ବୁଧବାର ଉକ୍ତ ବ୍ଲକ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମରେ ଏହି ଚାଷର ଶୁଭାରମ୍ଭ ହୋଇଛି। ଦାରିଙ୍ଗବାଡ଼ି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ,ବିଡିଓ ପ୍ରୀତିରଞ୍ଜନ ରଥ, ବନାଞ୍ଚଳ ଅଧିକାରୀ ଲଷ୍ମୀନାରାୟଣ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଅଏଲ ପାମ୍‌ ଚାରା ରୋପଣ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ କୃଷି ଉଦ୍ୟାନ ବିଭାଗର ସହନିର୍ଦ୍ଦେଶକ ସ୍ମିତା ମହାନ୍ତି, ଦାରିଙ୍ଗବାଡ଼ି ସହକାରୀ କୃଷି ଉଦ୍ୟାନ ଅଧିକାରୀ ଲିପ୍ସାରାଣୀ ଦଳବେହେରା, ପ୍ରିୟୁନିକ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ଏଜିଏମ୍‌ ଦେବବ୍ରତ ସାହୁ, ଦାରିଙ୍ଗବାଡ଼ି ଉଦ୍ୟାନ ବିଭାଗର ଏଜିଏମ୍‌ ବିକ୍ରମ ସିଂ ପରିଡ଼ା ପ୍ରମୁଖ ଯୋଗଦେଇ ଚାରା ରୋପଣର ଶୁଭାରମ୍ଭ କରିଥିଲେ। ଦଣ୍ଡିମାର ଚାଷୀ ରବିତ ପ୍ରଧାନ ତାଙ୍କ ଗୋଟିଏ ହେକ୍ଟର କ୍ଷେତରେ ୧୪୩ଟି ଚାରା ରୋପଣ କରିଛନ୍ତି। ବିଭାଗ ତାଙ୍କୁ ମାଗଣା ଚାରା ଯୋଗାଇଦେଇଥିବା ସହ ତା’ର ରକ୍ଷଣବେକ୍ଷଣ ପାଇଁ ଆସନ୍ତା ୪ ବର୍ଷ ପର୍ଯ୍ୟନ୍ତ ବର୍ଷକୁ ୫ ହଜାର ୨ ଶହ ୫୦ଟଙ୍କା ପର୍ଯ୍ୟନ୍ତ ସହାୟତା କରାଯିବ ବୋଲି କୁହାଯାଇଛି। କନ୍ଧମାଳ ଜିଲାରେ ମୋଟ୍‌ ୪୫୦ହେକ୍ଟର ଜମିରେ ଏହି ଚାଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା କନ୍ଧମାଳ କୃଷି ଉଦ୍ୟାନ ବିଭାଗର ସହନିର୍ଦ୍ଦେଶକ ସ୍ମିତା ମହାନ୍ତି କହିଛନ୍ତି ଆଗାମୀ ଦିନରେ ଏଠାରେ ଅମଳ ପରେ ତେଲ ପ୍ରସ୍ତୁତ ପାଇଁ ମଧ୍ୟ ଯନ୍ତ୍ରପାତି ଲଗାଯିବ। ଯାହାକି ଚାଷୀ ସିଧା ଅମଳ ପରେ ତେଲକୁ ବାହାରକୁ ଏଠାରୁ ବିକ୍ରି କରିପାରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?