Posted inଜାତୀୟ

ଆରମ୍ଭ ହେଲା ତୈଳ ଝଟକା

ନୂଆଦିଲ୍ଲୀ,୨୩ା୩: ଅନ୍ତର୍ଜାତୀୟ ବଜାରରେ ତୈଳ ଦର ବୃଦ୍ଧି ପାଉଥିବା ବେଳେ ଭାରତୀୟ ବଜାରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୪ ମାସରୁ ଊର୍ଦ୍ଧ୍ୱ ସମୟ ଧରି ସ୍ଥିର ରହିଥିଲା। ଉତ୍ତର ପ୍ରଦେଶ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଚାଲିଥିବାରୁ ସରକାର ପେଟ୍ରୋଲିୟମ୍‌ ସାମଗ୍ରୀ ଦରକୁ ନିୟନ୍ତ୍ରଣ ମଧ୍ୟରେ ରଖିଥିଲେ। ନିକଟରେ ଉକ୍ତ ୫ ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା ହେବାର ୫ଦିନ ପରେ ସରକାର ତୈଳ ଦର ବୃଦ୍ଧି ସଂକ୍ରାନ୍ତ ନିଷ୍ପତ୍ତି ନେଇଥିଲେ। ସେହି ଅନୁଯାୟୀ ମଙ୍ଗଳବାର ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀଗୁଡ଼ିକ ଦର ବୃଦ୍ଧି କରିଛନ୍ତି। ପେଟ୍ରୋଲ ଲିଟର ପିଛା ୮୫ ପଇସା ଓ ଡିଜେଲ ୮୬ ପଇସା ବଢ଼ିଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୨. ୬୬ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୨.୪୮ ଟଙ୍କାରେ କାରବାର ହେଉଛି।
ଅପରପକ୍ଷରେ ନୂଆଦିଲ୍ଲୀରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ୮୦ ପଇସା ବୃଦ୍ଧି ଘଟିଛି। ଏହି ଦର ବୃଦ୍ଧି ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୬.୨୧ ଟଙ୍କା ଏବଂ ଡିଜେଲ ଲିଟର ପିଛା ୮୭.୪୭ ଟଙ୍କାରେ ପହଞ୍ଚତ୍ଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ମହାନଗର ମୁମ୍ବାଇ, କୋଲକାତା ଓ ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୧୧୦.୮୨ ଟଙ୍କା, ୧୦୫.୫୧ ଟଙ୍କା ଏବଂ ୧୦୨.୧୬ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ଉପରୋକ୍ତ ମହାନଗରରେ ଡିଜେଲ ମୂଲ୍ୟ ୯୫ ଟଙ୍କା, ୯୦.୬୨ ଟଙ୍କା ଏବଂ ୯୨.୧୯ ଟଙ୍କାରେ କାରବାର କରାଯାଉଛି।
ସୂଚନାଯୋଗ୍ୟ, ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ଉଚ୍ଚ ରହିଛି। ଏହାର ପ୍ରଭାବ ଦୀର୍ଘଦିନ ହେବ ଭାରତ ବଜାରରେ ପକାଇ ଆସୁଥିଲା। କିନ୍ତୁ କେନ୍ଦ୍ର ସରକାର ନିର୍ବାଚନ ଯୋଗୁ ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ ସୃଷ୍ଟିକରି ଦର ସ୍ଥିର ରଖି ଆସିଥିଲେ। ଫଳରେ ତୈଳ କମ୍ପାନୀଗୁଡ଼ିକ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହେବା ସହିତ ସରକାରଙ୍କ ସହ ରହିଥିଲେ। ନିର୍ବାଚନ ଫଳାଫଳ ଘୋଷଣା ପରେ ତୈଳ କମ୍ପାନୀଗୁଡ଼ିକ ଉଚ୍ଚ ପରିମାଣରେ ତୈଳ ଦର ବୃଦ୍ଧି କରିବା ସ୍ବାଭାବିକ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି। ୨୦୨୧ ନଭେମ୍ବର ୪ରୁ ଚଳିତ ବର୍ଷ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ ଗ୍ରାହକ ତୈଳ ବାବଦରେ ଯେଉଁ ଅତିରିକ୍ତ ଅର୍ଥ ବ୍ୟୟ କରୁଥିଲେ ତାହା କିଛି ପରିମାଣରେ ହ୍ରାସ ପାଇବା ସହ ପରିବାର ପ୍ରତିପୋଷଣ କରିବାରେ ସହାୟକ ହେଉଥିଲା। ଏହି ଦର ବୃଦ୍ଧି ଯୋଗୁ ଖାଉଟିଙ୍କ ଉପରେ ଅତିରିକ୍ତ ବୋଝ ପଡ଼ିଛି। ବିଭିନ୍ନ ଅର୍ଥନୈତିକ ଦୁଃସ୍ଥିତି ଯୋଗୁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଏବର ଇନ୍ଧନ ଓ ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି ଖୁବ୍‌ ବାଧିଲା ପରି ହୋଇଛି। ଏବେ ଅତ୍ୟାବଶ୍ୟକ ସାମଗ୍ରୀ ଦର ଆକାଶଛୁଆଁ ହୋଇଥିବା ବେଳେ ତୈଳ ଦର ବୃଦ୍ଧିର ପ୍ରଭାବ ସ୍ଥିତିକୁ ଆହୁରି ସଙ୍ଗିନ କରିଦେବ ବୋଲି ବଜାର ବିଶେଷଜ୍ଞମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri