ତେଲ ଦର ବଢୁଛି, ଟିକସ କମୁନି

ଭୁବନେଶ୍ୱର,୧୧।୨: ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି। ଫଳରେ ବୁଧବାର ଇନ୍ଧନ ଦର ସର୍ବୋଚ୍ଚ ସ୍ତର ଛୁଇଁଛି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକର ସୂଚନା ମୁତାବକ, ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୧ ପଇସା ବଢ଼ି ୮୮.୨୯ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ୨୭ ପଇସା ବଢ଼ିବା ଯୋଗୁ ଦର ୮୪.୬୯ ରହିଛି। ଭୁବନେଶ୍ୱରରେ ଇନ୍ଧନ ଦର ନୂଆଦିଲ୍ଲୀଠାରୁ ଉଚ୍ଚରେ ରହିଛି। ରାଜ୍ୟରେ ତେଲ ଦର ରେକର୍ଡ ଭାଙ୍ଗି ଚାଲିଛି। କରୋନା ସମୟରେ ଖାଉଟି ହନ୍ତସନ୍ତ ହେଉଥିବା ବେଳେ ଲଗାତର ତେଲ ଦର ବୃଦ୍ଧି ଲୋକଙ୍କ ସମସ୍ୟାକୁ ଆହୁରି ବଢ଼ାଉଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୩୯ ପଇସା ବଢ଼ିଥିଲା। ଏହି ପରିପ୍ରେକ୍ଷୀରେ ଇନ୍ଧନ ଉପରେ ଲାଗୁ ହେଉଥିବା ଉତ୍ପାଦ ଟିକସ କମାଇବା ଦିଗରେ ସରକାର ବର୍ତ୍ତମାନ ବିଚାର କରୁ ନ ଥିବା କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସଭାକୁ ସ୍ପଷ୍ଟ କରିଛନ୍ତି। କୋଭିଡ୍‌-୧୯ ଭାକ୍ସିନ ପ୍ରଦାନ ଆରମ୍ଭ ହୋଇଥିବାରୁ ତେଲ ଚାହିଦା ପୁଣି ଥରେ ତ୍ୱରାନ୍ବିତ ହୋଇଛି। ଫଳରେ ଅନ୍ତର୍ଜାତୀୟ ବଜାରରେ ବର୍ତ୍ତମାନ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୬୧ ଡଲାର ଟପିଥିବା ସେ ସ୍ପଷ୍ଟ କରିଛନ୍ତି। ପେଟ୍ରୋଲର ଲିଟର ପିଛା ରିଟେଲ ବିକ୍ରି ମୂଲ୍ୟକୁ ଦେଖିଲେ ଏଥିରେ କେନ୍ଦ୍ର ଏବଂ ରାଜ୍ୟ ସରକାର ଲାଗୁ କରୁଥିବା ଟିକସର ଅଂଶ ୬୧% ରହୁଛି। ସେହିଭଳି ଡିଜେଲ କ୍ଷେତ୍ରରେ ଏହି ଟିକସ ହାର ୫୬%। ରାଜ୍ୟଗୁଡ଼ିକ ସ୍ତରରେ ଭାଟ୍‌ ଭିନ୍ନ ରହିବା ଯୋଗୁ ତେଲ ଦର ଭିନ୍ନ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ ସକାରାତ୍ମକ ପଦକ୍ଷେପର ରହିଛି ଆବଶ୍ୟକତା’

ଭଞ୍ଜନଗର,୨ା୮(ବାବୁଲା ପ୍ରଧାନ): ସମସ୍ତଙ୍କ ସହଯୋଗ ଓ ସାମୂହିକ ପ୍ରୟାସ ରହିଲେ ଏକ ନିଶାମୁକ୍ତ ଭାରତ ଗଠନ ସମ୍ଭବ। ବିଶେଷକରି ଯୁବ ସମାଜକୁ ନିଶାଠାରୁ ଦୂରେଇ ରଖିବା ପାଇଁ…

ଶ୍ରାବଣରେ ମାଛ-ମାଂସ ଖାଇବାକୁ କାହିଁକି ମନା କରାଯାଏ? କେବଳ ଧାର୍ମିକ ନୁହେଁ ରହିଛି ବୈଜ୍ଞାନିକ କାରଣ

ଶ୍ରାବଣ ମାସ ଆରମ୍ଭ ହୋଇଯାଇଛି । ହିନ୍ଦୁ ଧର୍ମରେ ଏହି ମାସକୁ ଅତ୍ୟନ୍ତ ସ୍ୱତନ୍ତ୍ର ବୋଲି ବିବେଚନା କରାଯାଏ । ଶହ ଶହ ବର୍ଷରୁ ଏହା ସାଧାରଣ…

ଲୁଗା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ନିଜେ ଆଇଆଇସି କଲେ ତଦନ୍ତ

ଦାରିଙ୍ଗବାଡ଼ି,୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦାରିଙ୍ଗବାଡ଼ି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌ ଘଟଣାକୁ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

ଟିମ ଇଣ୍ଡିଆକୁ ବଡ଼ ଝଟକା; ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିଲେ…

ନୂଆଦିଲ୍ଲୀ,୨।୮: ଭାରତୀୟ ଦଳ ଅଗଷ୍ଟ ୪ରେ ଶ୍ରୀଲଙ୍କା ଯିବାର ସମ୍ଭାବନା ଅଛି। ଏହି ଗସ୍ତ ସମୟରେ ଦୁଇ ଦଳ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଆସିଲା ବଡ଼ ଖବର? ଟ୍ରେଡ ଡିଲକୁ ନେଇ ମୁହଁ ଖୋଲିଲା ଫ୍ରାଞ୍ଚାଇଜ

ନୂଆଦିଲ୍ଲୀ,୨।୮: ମୁମ୍ବାଇ ଇଣ୍ଡିଆନ୍ସ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ବହୁତ ଆଶା ରଖିଥିଲା, ତେଣୁ ଫ୍ରାଞ୍ଚାଇଜ ରୋହିତ ଶର୍ମାଙ୍କ ସ୍ଥାନରେ ଅଲରାଉଣ୍ଡରଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ରୋହିତଙ୍କ ନେତୃତ୍ୱରେ,…

ପାଟ୍ରୋଲିଂରେ ଯାଉଥିବାବେଳେ ଦୁର୍ଘଟଣା: ଚାଲିଗଲା କର୍ତ୍ତବ୍ୟରତ କନଷ୍ଟେବଳଙ୍କ ଜୀବନ

ଲାଞ୍ଜିଗଡ଼,୨ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନାରେ କାର୍ଯ୍ୟରତ କନଷ୍ଟେବଳ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ମୃତ କନଷ୍ଟେବଳ ଜଣକ କେଗାଁ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri