ପୁଣି ବଢ଼ିଲା ତୈଳ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧।୧୦:ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ ୨୫ ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ଡିଜେଲ ଲିଟର ପିଛା ୯୮ ଟଙ୍କା ଏବଂ ପେଟ୍ରୋଲ ୧୦୨.୫୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୯୮.୩୪ ଟଙ୍କା ଓ ପେଟ୍ରୋଲ ୧୦୨.୮୬ ଟଙ୍କାରେ ପହଞ୍ଚତ୍ଛି। ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ୩୦ ପଇସା ଏବଂ ପେଟ୍ରୋଲ ୨୫ ପଇସା ବଢ଼ିଥିବା ସୂଚନା ମିଳିଛି। ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ଏବଂ ପେଟ୍ରୋଲ ୧୦୧.୬୪ ଟଙ୍କାରେ କାରବାର ହେଉଛି। ଅପରପକ୍ଷରେ ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ମଧ୍ୟ ଡିଜେଲ ଦର ୨୮ରୁ ୩୧ ପଇସା ବଢ଼ି ଯଥାକ୍ରମ ୯୪.୪୫ ଟଙ୍କା, ୯୨.୯୭ ଟଙ୍କା ଏବଂ ୯୭.୫୨ ଟଙ୍କାକୁ ଛୁଇଁଛି। ଏହିସବୁ ମେଟ୍ରୋ ସହରରେ ପେଟ୍ରୋଲ ଲିଟର ପିଛା ୨୧ରୁ ୩୦ ପଇସା ବଢ଼ି ଯଥାକ୍ରମେ ୯୯.୩୬ ଟଙ୍କା, ୧୦୨.୧୭ ଟଙ୍କା ଏବଂ ୧୦୭.୭୧ ଟଙ୍କାରେ ରହିଛି।
ଅନ୍ତର୍ଜାତୀୟ ବଜାରରେ ଗୁରୁବାର ଅଶୋଧିତ ତୈଳ ଦର ୦.୫% ହ୍ରାସ ପାଇ ବ୍ୟାରେଲ ପିଛା ୭୮.୨୫ ଡଲାରରେ ପହଞ୍ଚତ୍ଛି। ତଥାପି ଏହା ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ବର୍ଦ୍ଧିତ ଟିକସ ଯୋଗୁ ଖାଉଟି ଉଚ୍ଚା ଦରରେ ତେଲ କ୍ରୟ କରୁଛନ୍ତି ବୋଲି ତୈଳ କମ୍ପାନୀଗୁଡିକ ମତ ଦେଇଛନ୍ତି। ବର୍ତ୍ତମାନ ମଧ୍ୟ ସାରା ଦେଶରେ ୨୪ଟି ରାଜ୍ୟରେ ପେଟ୍ରୋଲ ୧୦୦ ଉପରେ ବିକ୍ରି ହେଉଥିବା ବେଳେ ୧୯ଟି ରାଜ୍ୟରେ ଡିଜେଲ ଦର ୯୦ ଉପରେ ରହିଛି।
କୋଭିଡ୍‌ ମହାମାରୀ ସମୟରେ ତୈଳ ଦର ବୃଦ୍ଧି ପାଇବା ଯୋଗୁ ସାଧାରଣ ଖାଉଟି ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛି। ତା’ ସାଙ୍ଗକୁ ଅତିରିକ୍ତ ଖର୍ଚ୍ଚନ୍ତା ଏବଂ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଯୋଗୁ ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ଭଳି ଆର୍ଥିକ ଭାର ପଡୁଛି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri