ପୁଣି ବଢ଼ିଲା ତୈଳ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧।୧୦:ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ ୨୫ ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ଡିଜେଲ ଲିଟର ପିଛା ୯୮ ଟଙ୍କା ଏବଂ ପେଟ୍ରୋଲ ୧୦୨.୫୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୯୮.୩୪ ଟଙ୍କା ଓ ପେଟ୍ରୋଲ ୧୦୨.୮୬ ଟଙ୍କାରେ ପହଞ୍ଚତ୍ଛି। ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ୩୦ ପଇସା ଏବଂ ପେଟ୍ରୋଲ ୨୫ ପଇସା ବଢ଼ିଥିବା ସୂଚନା ମିଳିଛି। ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୮୭ ଟଙ୍କା ଏବଂ ପେଟ୍ରୋଲ ୧୦୧.୬୪ ଟଙ୍କାରେ କାରବାର ହେଉଛି। ଅପରପକ୍ଷରେ ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ମଧ୍ୟ ଡିଜେଲ ଦର ୨୮ରୁ ୩୧ ପଇସା ବଢ଼ି ଯଥାକ୍ରମ ୯୪.୪୫ ଟଙ୍କା, ୯୨.୯୭ ଟଙ୍କା ଏବଂ ୯୭.୫୨ ଟଙ୍କାକୁ ଛୁଇଁଛି। ଏହିସବୁ ମେଟ୍ରୋ ସହରରେ ପେଟ୍ରୋଲ ଲିଟର ପିଛା ୨୧ରୁ ୩୦ ପଇସା ବଢ଼ି ଯଥାକ୍ରମେ ୯୯.୩୬ ଟଙ୍କା, ୧୦୨.୧୭ ଟଙ୍କା ଏବଂ ୧୦୭.୭୧ ଟଙ୍କାରେ ରହିଛି।
ଅନ୍ତର୍ଜାତୀୟ ବଜାରରେ ଗୁରୁବାର ଅଶୋଧିତ ତୈଳ ଦର ୦.୫% ହ୍ରାସ ପାଇ ବ୍ୟାରେଲ ପିଛା ୭୮.୨୫ ଡଲାରରେ ପହଞ୍ଚତ୍ଛି। ତଥାପି ଏହା ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ବର୍ଦ୍ଧିତ ଟିକସ ଯୋଗୁ ଖାଉଟି ଉଚ୍ଚା ଦରରେ ତେଲ କ୍ରୟ କରୁଛନ୍ତି ବୋଲି ତୈଳ କମ୍ପାନୀଗୁଡିକ ମତ ଦେଇଛନ୍ତି। ବର୍ତ୍ତମାନ ମଧ୍ୟ ସାରା ଦେଶରେ ୨୪ଟି ରାଜ୍ୟରେ ପେଟ୍ରୋଲ ୧୦୦ ଉପରେ ବିକ୍ରି ହେଉଥିବା ବେଳେ ୧୯ଟି ରାଜ୍ୟରେ ଡିଜେଲ ଦର ୯୦ ଉପରେ ରହିଛି।
କୋଭିଡ୍‌ ମହାମାରୀ ସମୟରେ ତୈଳ ଦର ବୃଦ୍ଧି ପାଇବା ଯୋଗୁ ସାଧାରଣ ଖାଉଟି ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛି। ତା’ ସାଙ୍ଗକୁ ଅତିରିକ୍ତ ଖର୍ଚ୍ଚନ୍ତା ଏବଂ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ଯୋଗୁ ଏହାର ପ୍ରଭାବ ସାଧାରଣ ଖାଉଟିଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ଭଳି ଆର୍ଥିକ ଭାର ପଡୁଛି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri