ଲଗାତାର ୨୦ ଦିନ ପାଇଁ ବଢ଼ିଲା ତେଲଦର

ନୂଆଦିଲ୍ଲୀ,୨୬।୬: କରୋନା ସଂକ୍ରମଣ ଜନିତ ସମସ୍ୟା ମଧ୍ୟରେ ଦେଶରେ କ୍ରମାଗତ ଭାବେ ତୈଳଦର ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲଗାତାର ୨୦ ଦିନ ପାଇଁ ତେଲ ଦର ବଢ଼ିଛି। ପେଟ୍ରୋଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ସେହିଭଳି ଡିଜେଲ ଲିଟର ପିଛା ୧୭ ପଇସା ବଢ଼ିଛି। ୨୦ ଦିନରେ ପେଟ୍ରୋଲ ମୋଟ ୮ ଟଙ୍କା ୮୭ ପଇସା ମହଙ୍ଗା ହୋଇଥିବା ବେଳେ ଡିଜେଲ ୧୦ ଟଙ୍କା ୮୦ ପଇସା ବୃଦ୍ଧି ପାଇଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୭୯.୯୨ ଟଙ୍କାରୁ ବଢ଼ି ୮୦.୧୩ ଟଙ୍କା ହୋଇଛି। ସେହିଭଳି ଡିଜେଲ ଲିଟର ପିଛା ୮୦.୧୯ ଟଙ୍କା ହୋଇଛି। ସେହିଭଳି ବମ୍ବେରେ ପେଟ୍ରୋଲ ୮୬.୯୧ଟଙ୍କା, ଡିଜେଲ ୭୮.୫୧ ଟଙ୍କା ପ୍ରତି ଲିଟର ରହିଛି। ଚେନ୍ନାଇରେ ପେଟ୍ରୋଲ ୮୦.୩୭ ଟଙ୍କା ଏବଂ ଡିଜେଲ ୭୭.୪୪ ଟଙ୍କା ରହିଛି। ସେହିଭଳି କୋଲକାତାରେ ପେଟ୍ରୋଲ ୮୧.୮୨ ଟଙ୍କା, ଡିଜେଲ ୭୫.୩୪ ଟଙ୍କା ଏବଂ ନୋଏଡାରେ ପେଟ୍ରୋଲ ୮୦.୮୫ ଟଙ୍କା ଏବଂ ଡିଜେଲ ୭୨.୨୯ ଟଙ୍କା ହୋଇଛି।

ତେବେ ଅନ୍ତର୍ଜାତୀୟ ତୈଳ ବଜାରର ଦର ହ୍ରାସ ନ ହେବା ପର୍ଯ୍ୟନ୍ତ ତେଲ ଦର ବୃଦ୍ଧିରେ ରୋକ ଲଗାଯାଇପାରିବ ନାହିଁ ବୋଲି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକ ମତ ରଖୁଛନ୍ତି। ଏପରିସ୍ଥିତିରେ ଚଳିତ ମାସ ଜୁନ୍‌ ୭ ତାରିଖରୁ ଆଜି ପର୍ଯ୍ୟନ୍ତ ଦେଶର ତେଲ ଦର କ୍ରମାଗତ ଭାବରେ ବୃଦ୍ଧି ପାଇ ଚାଲିଛି। ଏହି ଦରବୃଦ୍ଧିକୁ ନେଇ ବିଭିନ୍ନ ଅନୁଷ୍ଠାନ, ସଂଗଠନ ଏବଂ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯିବା ସହ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri