୨୧ ଦିନ ଧରି ବଢୁଛି ତେଲ ଦର

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଗତ ୨୧ ଦିନ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି। କରୋନା ପାଇଁ ବର୍ତ୍ତମାନ ଲୋକମାନେ ବିଭିନ୍ନ ସମସ୍ୟାରେ ଥିବା ବେଳେ ତେଲ ଦରରେ ବିରତି ଲାଗୁ ନ ଥିବାରୁ ଏହା ଖାଉଟିଙ୍କୁ ସମସ୍ୟାରେ ପକାଇଥିବା ଜଣାପଡିଛି। କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ସରକାର ଲକ୍‌ଡାଉନ କଟକଣା ଜାରି କରିଥିଲେ। ଏହା ଦ୍ୱାରା ଲୋକଙ୍କର ଜୀବନ ଜୀବିକା ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହି ସମୟରେ ଲଗାତର ତେଲ ଦର ବୃଦ୍ଧି ହେଉଥିବାରୁ ଗ୍ରାହକଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଦେଖାଯାଇଛି। ଏବେ ତେଲ ଦର ଆକାଶ ଛୁଆଁ ହୋଇଥିବା ବେଳେ ଶନିବାର ଡିଜେଲ ଲିଟର ପିଛା ୨୧ ପଇସା ଏବଂ ପେଟ୍ରୋଲ ୨୫ ପଇସା ବଢିଛି। ଫଳରେ ବର୍ତ୍ତମାନ ଖାଉଟି ଡିଜେଲ ଉପରେ ଲିଟର ପିଛା ୧୧.୦୨ ଟଙ୍କା ଏବଂ ପେଟ୍ରୋଲ ୯.୧୨ ଟଙ୍କା ଅତିରିକ୍ତ ଦେୟ ବହନ କରୁଛନ୍ତି। ଶନିବାର ଭୁବନେଶ୍ୱରର ପେଟ୍ରୋଲ ଲିଟର ପିଛା ୮୦.୯୪ ଟଙ୍କା ଓ ଡିଜେଲ ୭୮.୫୫ ଟଙ୍କା ଛୁଇଁଥିବା ପ୍ରମୁଖ ତୈଳ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି।
ସେହିଭଳି ଦିଲ୍ଲୀରେ ପେଟ୍ରୋଲ ଦର ୮୦.୧୩ ଟଙ୍କାରୁ ବୃଦ୍ଧି ଘଟି ୮୦.୩୮ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ୮୦.୧୯ ଟଙ୍କାରୁ ୮୦.୪୦ ଟଙ୍କାରେ ପହଞ୍ଚତ୍ଛି। ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର କୋଲ୍‌କତାରେ ପେଟ୍ରୋଲ ୮୨.୦୫ଟଙ୍କା ଓ ଡିଜେଲ ୭୫.୫୨ ଟଙ୍କା, ମୁମ୍ବାଇରେ ପେଟ୍ରୋଲ ୮୭.୧୪ଟଙ୍କା ଓ ଡିଜେଲ ୭୮.୭୧ ଟଙ୍କା ଏବଂ ଚେନ୍ନାଇରେ ପେଟ୍ରୋଲ ୮୩.୫୯ ଟଙ୍କା ଓ ଡିଜେଲ ୭୭.୬୧ଟଙ୍କା ରହିଛି। ବର୍ତ୍ତମାନ ଅନ୍ତର୍ଜାତୀୟ ତୈଳ ବଜାରରୁ ତେଲ ଆମଦାନୀ ଜନିତ ସମସ୍ୟା କମ୍ପାନୀ ସାମ୍ନା କରୁଛନ୍ତି। ଅପରପକ୍ଷରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଲାଗୁ କରାଯାଉଥିବା ବିଭିନ୍ନ ଟିକସ ତେଲ ଦର ବୃଦ୍ଧିର ଅନ୍ୟତମ ପ୍ରମୁଖ କାରଣ ବୋଲି ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ଶନିବାର) ଦେଶର ତେଲ ଦର ବଢି ଚାଲିଛି। ଏହି ତେଲ ଦର ବୃଦ୍ଧିକୁ ବିରୋଧ କରି ଯୁବ କଂଗ୍ରେସ ପକ୍ଷରୁ ରାଜଧାନୀ ବିକ୍ଷୋଭ ପ୍ରର୍ଦଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri