ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି ପ୍ରଦୀପ ନାୟକଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ଜଙ୍ଗମ ସାହି ନିକଟସ୍ଥ ଇଣ୍ଡିଆନ ପେଟ୍ରୋଲ ପଙ୍କ ସାମ୍ନାରେ ବିଜେଡି ନେତା ଓ କର୍ମୀ ଟାୟାର ଜାଳି ରାସ୍ତାରୋକ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ସେମାନଙ୍କ ଅଭିଯୋଗ ଅନୁସାରେ, ପେଟ୍ରୋଲ ଡିଜେଲର ବର୍ଦ୍ଧିତ ଦର ହେତୁ ସାଧାରଣ ଓ ମଧ୍ୟବିତ୍ତ ପରିବାର ଅଣ ନିଶ୍ୱାସ ହେଲେଣି । କ୍ରମାଗତ ଭାବେ ଦୈନନ୍ଦିନ ବ୍ୟବହୃତ ସାମଗ୍ରୀ ଆକାଶ ଛୁଆଁ ଦର ହେଲାଣି । ଆଗକୁ ସାଧାରଣ ଲୋକ ବଞ୍ଚିବାର କଷ୍ଟକର ବ୍ୟାପାର ହେବ।ଲୋକଙ୍କ ସରକାର କହି କ୍ଷମତାକୁ ଆସି ରାଜ୍ୟ ଓ କେନ୍ଦ୍ରରେ ସରକାର ଗଠନ କରି ଲୋକଙ୍କୁ ଭୁଆ ବୁଲାଉଛନ୍ତି ଏହି ସରକାର।

ଆଗାମୀ ଦିନରେ ପେଟ୍ରୋଲ ଦରଦାମରେ ନିୟନ୍ତ୍ରଣ ନଆସିଲେ ବିଜେଡି ରାଜରାସ୍ତାକୁ ଓହ୍ଲାଇ ଜୋରଦାର ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି ଜିଲା ସଭାପତି ପ୍ରଦୀପ ନାୟକ, ନଗର ସଭାପତି ସୁଧୀରଞ୍ଜନ ମହାପାତ୍ର, ମହିଳା ନଗର ସଭାପତି ତନୁଜା ଶତପଥୀ, ଲଷ୍ମୀକାନ୍ତ ପରିଛା ପ୍ରମୁଖ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୁର୍ଣ୍ଣିବଳୟ ସକ୍ରିୟ: ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୪।୭:ଉତ୍ତର ବଙ୍ଗୋପସାଗର ଓ ତା’ ପାଖପାଖି ଦକ୍ଷିଣ ବାଂଲାଦେଶ ପାଖରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର…

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri