Posted inଜାତୀୟ

୫ଟଙ୍କା ବଢ଼ିଲାଣି ତେଲ ଦର

ନୂଆଦିଲ୍ଲୀ,୩୦ା୩: ଗତ ୮ ଦିନ ମଧ୍ୟରେ ଦେଶରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ୭ ଥର ବଢ଼ିଲାଣି। ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ୮୫ ପଇସା ଏବଂ ଡିଜେଲ ୭୪ ପଇସା ବୃଦ୍ଧି ପାଇଛି। ଏହି ଦର ବୃଦ୍ଧି ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୦୬.୯୩ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୬.୭୨ ଟଙ୍କାରେ କାରବାର ହେଉଛି। ଏହି ସମୟ ମଧ୍ୟରେ ଓଡ଼ିଶାରେ ଉଭୟ ତେଲର ଦର ସପ୍ତାହକ ମଧ୍ୟରେ ୫ଟଙ୍କାରୁ ଊର୍ଦ୍ଧ୍ୱ ବଢ଼ିଲାଣି। ସୂଚନାଯୋଗ୍ୟ, ପେଟ୍ରୋଲ ଉପରେ ୫.୧୨ ଟଙ୍କା ଓ ଡିଜେଲରେ ୫.୧୦ ଟଙ୍କା ଗତ ୭ ଥର ଦର ବୃଦ୍ଧିରେ ବଢ଼ିଛି ବୋଲି ସୂଚନା ମିଳିଛି। ଅପରପକ୍ଷରେ ନୂଆଦିଲ୍ଲୀରେ ମଧ୍ୟ ପେଟ୍ରୋଲ ୮୦ ପଇସା ଓ ଡିଜେଲ ୭୦ ପଇସା ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୧୦୦.୨୧ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୧.୪୭ ଟଙ୍କାରେ ପହଞ୍ଚତ୍ଛି। ବିଶେଷକରି ପୁଣି ଥରେ ଦିଲ୍ଲୀରେ ପେଟ୍ରୋଲ ଦର ଶହେ ଟପିଯାଇଛି। ଉପରୋକ୍ତ ସମୟ ମଧ୍ୟରେ ନୂଆଦିଲ୍ଲୀରେ ମଧ୍ୟ ଉଭୟ ପେଟ୍ରୋଲ ଓ ଡିଜେଲ ଉପରେ ମୋଟ ୪.୮୦ ଟଙ୍କା ବୃଦ୍ଧି ଘଟିଛି। ସେହିଭଳି ଦେଶର ପ୍ରମୁଖ ମହାନଗର ମୁମ୍ବାଇ, କୋଲକାତା ଓ ଚେନ୍ନାଇ ଭଳି ସହରରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୧୧୫.୦୪ ଟଙ୍କା, ୧୦୯.୬୮ଟଙ୍କା ଏବଂ ୧୦୫.୯୪ ଟଙ୍କାରେ ବିକ୍ରି ହେଉଛି। ସେହିପରି ଉପରୋକ୍ତ ମହାନଗରଗୁଡ଼ିକରେ ଡିଜେଲ ଲିଟର ପିଛା ୯୯.୨୫ ଟଙ୍କା, ୯୪.୬୨ ଟଙ୍କା ଏବଂ ୯୬ ଟଙ୍କାରେ ପହଞ୍ଚିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତତୈଳ ମୂଲ୍ୟ ହ୍ରାସ ଘଟିଥିଲେ ସୁଦ୍ଧା ଭାରତ ବଜାରରେ ଏହାର କୌଣସି ପ୍ରଭାବ ବା ତେଲ ଦରର ପରିବର୍ତ୍ତନ କିମ୍ବା ସ୍ଥିର ରହିନାହିଁ। କାରଣ ଦୀର୍ଘଦିନର ସ୍ଥିରତା ଯୋଗୁ ତୈଳ କମ୍ପାନୀଗୁଡ଼ିକ ବ୍ୟାପକ କ୍ଷତି ସହିବା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ନିଜ ନିଜର ଟିକସ ହ୍ରାସ କିମ୍ବା ଛାଡ଼ କରୁ ନ ଥିବା ଯୋଗୁ ଦର ଉଚ୍ଚା ରହୁଛି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri