୧୨ ଦିନ ହେବ ତୈଳଦର ସ୍ଥିର

ନୂଆଦିଲ୍ଲୀ,୧୨।୪: ତୈଳ ଦର ବୃଦ୍ଧିକୁ ନେଇ ସାଧାରଣ ଖାଉଟିଙ୍କ ଠାରୁ ଆରମ୍ଭ କରି ସଂସଦ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ଲୋକ ସରକାରକୁ ବିରୋଧ କରିବା ସହ ଅସନ୍ତୋଷ ଜାହିର କରିଥିଲେ। ଏପରିକି ତେଲ ଦର ବୃଦ୍ଧିକୁ ନେଇ ରାଜ୍ୟ ଠାରୁ ଦେଶ ପର୍ଯ୍ୟନ୍ତ ସବୁ ସ୍ଥାନରେ ବନ୍ଦ ଡାକାର ଓ ବିକ୍ଷୋଭ ମଧ୍ୟ ବିଭିନ୍ନ ଦଳ ଓ ସଙ୍ଗଠନ ପକ୍ଷରୁ କରାଯାଇଥିଲା। ଫଳରେ ହୁ ହୁ ବଢୁଥିବା ତେଲ ଦର କ୍ରମାଗତ ୧୨ ଦିନ ହେବ ଅପରିବର୍ତ୍ତିତ ରହିଛି। ଶେଷ ଥର ପାଇଁ ଗତ ମାର୍ଚ୍ଚ ୩୦ରେ ଦର ପରିବର୍ତ୍ତନ ହୋଇଥିଲା ଏବଂ ପ୍ରାୟ ଏକ ମାସରୁ ଉର୍ଦ୍ଧ୍ୱ ସମୟ ହେବ ତେଲ ଦର ବଢିନାହିଁ। ବିଭିନ୍ନ ରାଜ୍ୟରେ ବିଧାନ ସଭା ଜାରି ରହିଥିବାରୁ ଏଇ ନିକଟରେ କିଛି ପଇସା ତେଲ ଦର ଉପରେ ହ୍ରାସ ପାଇଥିଲା।
ଦେଶର ଅଗ୍ରଣୀ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ) ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ରବିବାର ଭୁବନେଶ୍ୱରର ତେଲ ଦର ପୂର୍ବଭଳି ସ୍ଥିର ରହିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୧.୨୮ଟଙ୍କା ଥିଲା ବେଳେ ଡିଜେଲ ୮୮.୧୩ ଟଙ୍କାରେ ବିକ୍ରି ହେଉଛି। ସେହିଭଳି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୦.୫୬ ଟଙ୍କା ଏବଂ ଡିଜେଲ ୮୦.୮୭ ଟଙ୍କାରେ ରହିଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକତା ଏବଂ ମୁମ୍ବାଇ ଭଳି ସହରରେ ପେଟ୍ରୋଲ ଦର ଯଥାକ୍ରମେ ୯୨.୫୮ଟଙ୍କା, ୯୦.୭୭ ଟଙ୍କା ଏବଂ ୯୬ .୯୮ଟଙ୍କା ରହିଥିବା ଜଣାପଡିଛି। ଅନ୍ୟପକ୍ଷରେ ଏହି ସବୁ ମେଟ୍ରୋ ସହରର ଡିଜେଲ ଦର ୮୫.୮୮ଟଙ୍କା, ୮୩ ୭୫ ଟଙ୍କା ଏବଂ ୮୭.୯୬ ଟଙ୍କାରେ ବିକ୍ରି ହେଉଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri