ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଶୁକ୍ରବାର ରାତିରେ ଫ୍ରିଟାଉନ ନିକଟସ୍ଥ ଓ୍ବେଲିଙ୍ଗଟନ୍‌ରେ ଟ୍ୟାଙ୍କରରୁ ତେଲ ଲିକ୍‌ ହେଉଥିବାବେଳେ ଏହାକୁ ସଂଗ୍ରହ କରିବା ପାଇଁ ସେଠାରେ ଲୋକଙ୍କ ଭିଡ଼ ଲାଗିଥିଲା। ସେହି ସମୟରେ ଟ୍ୟାଙ୍କରକୁ ଏକ ବସ୍‌ ଧକ୍କା ଦେବାରୁ ସେଥିରେ ବିସ୍ଫୋରଣ ହୋଇ ଏତେ ସଂଖ୍ୟାରେ ଲୋକଙ୍କ ଜୀବନ ଗଲା ବୋଲି ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।
ଶନିବାର ସକାଳ ସୁଦ୍ଧା କନଟ୍‌ ହସ୍ପିଟାଲର ମର୍ଚୁଆରିକୁ ୯୨ ମୃତଦେହ ଆସିଥିବାବେଳେ ଅନ୍ୟ ୩୦ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ିଯାଇଥିବାରୁ ବଞ୍ଚତ୍ବା ଆଶା ବହୁତ କମ୍‌ ବୋଲି ହସ୍ପିଟାଲ କର୍ମଚାରୀ କହିଛନ୍ତି। ବିସ୍ଫୋରଣ ପରେ ରାତି ଆକାଶରେ ବିଶାଳ ଅଗ୍ନି ପିଣ୍ଡୁଳା ଜଳୁଥିବା ଭିଡିଓରୁ ଦେଖିବାକୁ ମିଳିଛି। ଅଧାପୋଡ଼ା ଲୋକେ ଯନ୍ତ୍ରଣାରେ ଆର୍ତ୍ତ ଚିତ୍କାର କରୁଥିବାବେଳେ ସମ୍ପୂର୍ଣ୍ଣ ଦଗ୍ଧ ମୃତଦେହଗୁଡ଼ିକ ରାସ୍ତାରେ ପଡ଼ିରହିଥିବା ଦେଖାଯାଇଥିଲା। ଜାତିସଂଘ ଜଳବାୟୁ ସମ୍ମିଳନୀରେ ଯୋଗଦେବା ପାଇଁ ସ୍କଟଲାଣ୍ଡରେ ଥିବା ସିଏରା ଲିଓନେ ରାଷ୍ଟ୍ରପତି ଜୁଲିଅସ୍‌ ମାଡା ବିଓ ବିସ୍ଫୋରଣ ଖବର ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଉପରାଷ୍ଟ୍ରପତି ମହମ୍ମଦ ଜୁଲଡେହ ଜାଲୋହ ଶୁକ୍ରବାର ରାତିରେ ଆହତମାନେ ଚିକିତ୍ସିତ ହେଉଥିବା ଦୁଇଟି ହସ୍ପିଟାଲକୁ ଯାଇ ସେମାନଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଆହତମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ପହଞ୍ଚାଇବା ଓ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଇବାରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା ଓ ଅନ୍ୟମାନେ ଅକ୍ଳାନ୍ତ ପରିଶ୍ରମ କରିଥିବା ସେ କହିଛନ୍ତି। ଏହା ଦେଶ ପାଇଁ ବାସ୍ତବରେ ଏକ କଷ୍ଟକର ସମୟ ବୋଲି ସେ ଫେସ୍‌ବୁକ୍‌ ପେଜ୍‌ରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri