ପଛରୁ ପିଟିଲା ତେଲ ଟ୍ୟାଙ୍କର, ବ୍ୟବସାୟୀ ମୃତ

ବନ୍ତ,୧୯।୩(ହରି ନାରାୟଣ ମହାନ୍ତି) : ବୁଧବାର ସକାଳ ପ୍ରାୟ ସାଢେ ୭ଟା ସମୟରେ ଭଦ୍ରକ ଜିଲା ବନ୍ତ ଥାନା ଅଧିନ ଭଦ୍ରକ-ଆନନ୍ଦପୁର 53ନଂ.ରାଜ୍ୟ ରାଜପଥର ଶ୍ରୀବନ୍ତପୁର ଛକ ପୂର୍ବରୁ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ଜଣେ ବ୍ୟବସାୟୀଙ୍କର ମୃତ୍ୟୁ ଘଟିଛି ା ମୃତ ବ୍ୟବସାୟୀ ଜଣକ ବନ୍ତ ଥାନା ଅଧିନ ଚାଇଁପୁର ଗ୍ରାମର ଶରତ ଜେନା(52) ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି ା

ପ୍ରକାଶ ଯେ, ଶରତ ଜଣେ ବ୍ୟବସାୟୀ ହୋଇଥିବା ବେଳେ ସବୁ ପାଳି ପରି ଆଜି ସକାଳେ ଶୁଖୁଆ ଧରି ବନ୍ତ ହାଟକୁ ବିକିବା ପାଇଁ ଘରୁ ସାଇକେଲ ଯୋଗେ ବାହାରି ଥିଲେ ା ରାଜ୍ୟ ରାଜପଥରେ ବନ୍ତ ହାଟକୁ ଯାଉଥିବା ବେଳେ ଆନନ୍ଦପୁର ପାର୍ଶ୍ୱରୁ ଆସୁଥିବା ଏକ ତେଲ ଟ୍ୟାଙ୍କର ତାଙ୍କୁ ପଛ ପାଖରୁ ପିଟି ଦେଇଥିଲା ା ଫଳରେ ସେ ଚକା ତଳେ ପଡି ଯିବାରୁ ଚାପି ହୋଇ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ା ଖବର ପାଇ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ରାସ୍ତାରେ ମୃତ ଦେହ ରଖି ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବି କରିଥିଲେ ା ଫଳରେ ଉଭୟ ପାର୍ଶ୍ୱରୁ ଯାନବାହାନ ଚଳାଚଳ ବନ୍ଦ ରହିଥିଲା ା ଘଟଣା ସ୍ଥଳରେ ପୋଲିସ ପହଞ୍ଚତ୍ ଲୋକଙ୍କୁ ବୁଝାସୁଝା କରିଥିଲା ା ଭଣ୍ଡାରିପୋଖରୀ ଭାଜପା ନେତା ସୁଧାଂଶୁ ଶେଖର ନାୟକ, ବନ୍ତ ସମିତି ସଭ୍ୟ ପରମେଶ୍ୱର ବାରିକ, ଯୁବ କଂଗ୍ରେସ ନେତା ଜ୍ୟୋତି ରଞ୍ଜନ ନାୟକଙ୍କ ସମେତ ଅନ୍ୟ ଦଳୀୟ ନେତୃତ୍ୱ ମାନେ ଘଟଣା ସ୍ଥଳରେ ଉପସ୍ଥିତ ଥିଲେ ା ପରେ ଅତିରିକ୍ତ ତହସିଲଦାର ପ୍ରସନ୍ନ କୁମାର ମହାନ୍ତି, ଥାନା ଏସ୍‌.ଆଇ ସୁରେନ୍ଦ୍ର କୁମାର ମଲ୍ଲ ପ୍ରମୁଖ ପହଞ୍ଚି ସ୍ଥାନୀୟ ଲୋକ ଓ ଗାଡି ମାଲିକଙ୍କ ସହିତ ଆଲୋଚନା କରିବା ପରେ ସମାଧାନ ହୋଇଥିଲା ା ମୃତକ ପରିବାରକୁ ଗାଡି ମାଲିକଙ୍କ ପକ୍ଷରୁ 1 ଲକ୍ଷ ଟଙ୍କା ଅନୁକମ୍ପା ରାଶିର ସହାୟତା ଦେବା ସହିତ କ୍ରିୟାକର୍ମ ଦାୟୀତ୍ୱ ସମ୍ପନ୍ନ କରିବେ ବୋଲି ନିଷ୍ପତ୍ତି ହୋଇଥିଲା ା ଏଥିସହିତ ବୀମା କମ୍ପାନୀରୁ କିପରି ସହାୟତା ମିଳିବ ସେନେଇ ଗାଡି ମାଲିକ ସହଯୋଗ କରିବେ ବୋଲି ପ୍ରତିଶୃତି ଦେଇଥିଲେ ା ପରେ ପୂର୍ବାହ୍ନ 11ଟା ଠାରୁ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା ା ମୃତ ଶରତ ଜଣେ ଗରିବ ବ୍ୟବସାୟୀ ହୋଇଥିବା ବେଳେ ବେପାର କରି ପରିବାର ପ୍ରତିପୋଷଣ କରିଆସୁଥିଲେ ା ତାଙ୍କର ୨ ଅବିବାହିତ ଝିଅ ଥିବା ବେଳେ ପ୍ରଶାସନ ପକ୍ଷରୁ ତାଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ସ୍ଥାନୀୟଲୋକେ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri