ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍‌ ଜବତ, ୪ ଗିରଫ

ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍‌ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଠାକୁରାଣୀ ଅଞ୍ଚଳର ଏମ୍‌ଡି ସୈଫ୍‌, ସେଡିଂ ବସ୍ତି ଅଞ୍ଚଳର ପାଟ ଗୋପ, ବୁରୁ ହଟିଂ ଅଞ୍ଚଳର ଶିବଶଙ୍କର ମହାକୁଡ଼ ଏବଂ ଦଲକି ବସ୍ତି ଅଞ୍ଚଳର ରାଜୁ ମୁଣ୍ଡା।
ସୂଚନାନୁଯାୟୀ, ଗତ ୧୦ ତାରିଖ ସୋମବାର ବିଳମ୍ବିତ ରାତିରେ ଠାକୁରାଣୀସ୍ଥିତ ମିତଲ ମାଇନ୍ସର ଟ୍ରକ୍‌ ପାର୍କିଂରେ ବଡ଼ବିଲ ବସ୍ତିର ସୁନୀଲ ମହାନ୍ତଙ୍କ ଓଡି ୦୯ ଡବ୍ଲ୍ୟୁ ୮୮୦୯ ନମ୍ବର ବିଶିଷ୍ଟ ହାଇଓ୍ବା ଟ୍ରକ୍‌ ଛିଡ଼ା ହୋଇଥିଲା। ଏହି ସମୟରେ କେତେକ ଦୁର୍ବୃତ୍ତ ତାଙ୍କ ଟ୍ରକର ତେଲ ଟାଙ୍କିରୁ ତେଲ ଚୋରି ଉଦ୍ୟମ କରୁଥିବା ଟ୍ରକ୍‌ ଚାଳକ ଦେଖିପାରି ପାଟି କରିଥିଲେ। ଫଳରେ ଚୋରଦଳ ସେଠାରୁ ଚମ୍ପଟ ମାରିଥିଲେ। ଏ ନେଇ ସୁନୀଲ ବଡ଼ବିଲ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ପୋଲିସ ବଡ଼ବିଲ ଥାନା କେସ୍‌ ନଂ ୨୫୧/୨୦୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଟଣାସ୍ଥଳକୁ ଯାଇ ଚଢ଼ାଉ କରିଥିଲା। ସେଠାରେ ଥିବା ବୋଲେରୋରେ ୨ଟି ଗ୍ୟାଲେନରେ ଭର୍ତ୍ତି ୧୦୦ ଲିଟର ଡିଜେଲ, ଏକ ବାଇକ୍‌ ଜବତ କରିବା ସହ ଉକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri