ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍‌ ଜବତ, ୪ ଗିରଫ

ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍‌ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଠାକୁରାଣୀ ଅଞ୍ଚଳର ଏମ୍‌ଡି ସୈଫ୍‌, ସେଡିଂ ବସ୍ତି ଅଞ୍ଚଳର ପାଟ ଗୋପ, ବୁରୁ ହଟିଂ ଅଞ୍ଚଳର ଶିବଶଙ୍କର ମହାକୁଡ଼ ଏବଂ ଦଲକି ବସ୍ତି ଅଞ୍ଚଳର ରାଜୁ ମୁଣ୍ଡା।
ସୂଚନାନୁଯାୟୀ, ଗତ ୧୦ ତାରିଖ ସୋମବାର ବିଳମ୍ବିତ ରାତିରେ ଠାକୁରାଣୀସ୍ଥିତ ମିତଲ ମାଇନ୍ସର ଟ୍ରକ୍‌ ପାର୍କିଂରେ ବଡ଼ବିଲ ବସ୍ତିର ସୁନୀଲ ମହାନ୍ତଙ୍କ ଓଡି ୦୯ ଡବ୍ଲ୍ୟୁ ୮୮୦୯ ନମ୍ବର ବିଶିଷ୍ଟ ହାଇଓ୍ବା ଟ୍ରକ୍‌ ଛିଡ଼ା ହୋଇଥିଲା। ଏହି ସମୟରେ କେତେକ ଦୁର୍ବୃତ୍ତ ତାଙ୍କ ଟ୍ରକର ତେଲ ଟାଙ୍କିରୁ ତେଲ ଚୋରି ଉଦ୍ୟମ କରୁଥିବା ଟ୍ରକ୍‌ ଚାଳକ ଦେଖିପାରି ପାଟି କରିଥିଲେ। ଫଳରେ ଚୋରଦଳ ସେଠାରୁ ଚମ୍ପଟ ମାରିଥିଲେ। ଏ ନେଇ ସୁନୀଲ ବଡ଼ବିଲ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁଯାୟୀ, ପୋଲିସ ବଡ଼ବିଲ ଥାନା କେସ୍‌ ନଂ ୨୫୧/୨୦୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଟଣାସ୍ଥଳକୁ ଯାଇ ଚଢ଼ାଉ କରିଥିଲା। ସେଠାରେ ଥିବା ବୋଲେରୋରେ ୨ଟି ଗ୍ୟାଲେନରେ ଭର୍ତ୍ତି ୧୦୦ ଲିଟର ଡିଜେଲ, ଏକ ବାଇକ୍‌ ଜବତ କରିବା ସହ ଉକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?