ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପର୍ଦ୍ଦାଫାଶ

ସମ୍ବଲପୁର,୨୭ା୨(ବ୍ୟୁରୋ):ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ହାତିବାରୀଠାରେ ପାରାଦୀପ-ରାୟପୁର ପାଇପ୍‌ଲାଇନ କାଟି ତେଲ ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଘଟଣାରେ ସମ୍ପୃକ୍ତ କଳାହାଣ୍ଡି ଜିଲା ଏମ୍‌ ରାମପୁରସ୍ଥିତ ପେଟ୍ରୋଲପମ୍ପ୍‌ ମାଲିକ ଅଟଳ ବିହାରୀ ସାହୁଙ୍କୁ ଚୋରି ତେଲ କିଣିବା ଅଭିଯୋଗରେ ଗିରଫ କରାଯାଇଛି। ଏହାସହ ଚୋରି ଅଭିଯୋଗରେ ଅବଦୁଲ ଅମିନ, ମହମ୍ମଦ ସୁଲତାନ, ଶେଖ ଅଜମଦ, କିଶୋର ସିଂ, ଚନ୍ଦ୍ରଶେଖର ଚାନ୍ଦ ଓ ସୁନୀଲ ପଣ୍ଡାଙ୍କୁ ଗିରଫ କରାଯାଇଛି। ଘଟଣାରେ ବ୍ୟବହୃତ ଟ୍ୟାଙ୍କର (ଓଡି-୦୫ୟୁ-୦୫୫୩), କାର୍‌ (ଓଡି୦୮କ୍ୟୁ-୯୦୪୧) ସହ ପାଇପ୍‌ ମଧ୍ୟ ଜବତ ହୋଇଛି। ଏ ନେଇ ଥାନାରେ ଏକ ମାମଲା (ନଂ.୧୬/୨୩) ରୁଜୁ କରାଯାଇ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଏସ୍‌ପି ବାତୁଲା ଗଙ୍ଗାଧର କହିଛନ୍ତି, ଜାନୁୟାରୀ ୨୭ ତାରିଖରେ ପ୍ରଥମେ ତେଲ ଚୋରି ହୋଇଥିଲା। ହେଲେ କମ୍ପାନୀ ପକ୍ଷରୁ ଲିଖିତ ଅଭିଯୋଗ କରା ନ ଯାଇ କେବଳ ସୂଚନା ଦିଆଯାଇଥିଲା। ପୋଲିସ ସୂଚନା ପାଇବା ପରେ ଉକ୍ତ ଅଞ୍ଚଳରେ ନଜର ରଖିଥିଲା। ଅଭିଯୁକ୍ତମାନେ ପୁଣି ଫେବୃୟାରୀ ୧୦ ତାରିଖରେ ସମାନ ସ୍ଥାନରୁ ତେଲ ଚୋରି କରି ନେଇଥିଲେ। ଏହାକୁ ନେଇ କମ୍ପାନୀ ଅଧିକାରୀ ନରେନ୍ଦ୍ର ବେହେରା ଅଭିଯୋଗ କରିଥିଲେ। ପ୍ରାୟ ୨୬ ଲକ୍ଷ ଟଙ୍କାର ଡିଜେଲ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ରେଢ଼ାଖୋଲ ଏସ୍‌ଡିପିଓ ପ୍ରଶାନ୍ତ ମେହେରଙ୍କ ନେତୃତ୍ୱରେ ଥାନା ଅଧିକାରୀ ରାଜକୁମାର ବିଶ୍ୱାଳଙ୍କୁ ନେଇ ଟିମ୍‌ ଗଠନ କରାଯାଇଥିଲା। ପୋଲିସ ସାଇବର ଟିମ୍‌ର ସହାୟତା ନେଇ ସୁରାକ ପାଇଥିଲା। ବିଭିନ୍ନ ସ୍ଥାନରେ ଚଢାଉ କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ଅନ୍ୟପଟେ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ରିପୋର୍ଟ ଅନୁସାରେ ପାଇପ୍‌ଲାଇନ କାଟିବା ପାଇଁ ସ୍ବତନ୍ତ୍ର ଟେକ୍‌ନିସିଆନ ଉତ୍ତରପ୍ରଦେଶରୁ ଆସିଥିଲେ। ତେଲ ଯାଉଥିବା ସମୟରେ ପାଇପ୍‌ କାଟି ଭାଲ୍‌ବ ଲଗାଇ ଦେଉଥିଲେ। ସମୟର ସୁଯୋଗ ନେଇ ଉକ୍ତ ଭାଲ୍‌ବ ଖୋଲି ଟାଙ୍କିରେ ତେଲ ଲୋଡ୍‌ କରୁଥିଲେ। ଗୋଟିଏ ଟ୍ୟାଙ୍କର ଲୋଡ୍‌ କରିବାକୁ ୧୫ ମିନିଟ ସମୟ ଲାଗୁଥିଲା। ଟ୍ୟାଙ୍କର ଲୋଡ୍‌ହେବା ପରେ ସେମାନେ ସଙ୍ଗେ ସଙ୍ଗେ ଫେରାର ହୋଇଯାଉଥିଲେ। ଚୋରି ତେଲ ବିକ୍ରି କରିବା ପାଇଁ ଆଉ ଏକ ସ୍ବତନ୍ତ୍ର ଟିମ୍‌ ରହିଛନ୍ତି। ସେମାନେ ଲିଟର ପିଛା କମିଶନ ପାଇ କାମ କରନ୍ତି ବୋଲି ଏସ୍‌ପି ଗଙ୍ଗାଧର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?