ଅଏଲି ସ୍କିନ୍‌ ହୋଇଥିଲେ..

ବର୍ଷାଦିନେ ବାୟୁମଣ୍ଡଳରେ ଆର୍ଦ୍ରତା ବୃଦ୍ଧି କାରଣରୁ ତ୍ୱଚା ଅଧିକ ଅଏଲି ହୋଇଯାଏ। ତେଣୁ ଏହି ଋତୁରେ ଠିକ୍‌ଭାବେ ତ୍ୱଚାର ଯତ୍ନ ନିଅନ୍ତୁ।
ଦିନକୁ ଅତିକମ୍‌ରେ ଦୁଇଥର ମୁହଁକୁ କ୍ଲିଞ୍ଜରରେ ଧୁଅନ୍ତୁ। ଅଧିକ ଥର ମୁହଁ ଧୁଅନ୍ତୁ ନାହିଁ। କାରଣ ମୁହଁକୁ ଜୋରରେ ଘଷିଲେ ଗ୍ରନ୍ଥିଗୁଡ଼ିକ ଅଧିକ ସକ୍ରିୟ ହୋଇଯିବା ଫଳରେ ଅଧିକ ତୈଳ ସ୍ରାବ ହୋଇଥାଏ।
ମନସୁନ୍‌ରେ ତ୍ୱଚା ଅନୁସାରେ ହିଁ ବ୍ୟୁଟି ପ୍ରଡକ୍ଟ ସବୁ ବ୍ୟବହାର କରନ୍ତୁ। ବିଶେଷକରି ଅଏଲି ସ୍କିନର ଲୋକେ ଏହି ଋତୁରେ ବ୍ୟୁଟି ପ୍ରଡକ୍ଟ ବ୍ୟବହାର ସମୟରେ ଅଧିକ ସତର୍କ ହେବା ଉଚିତ୍‌।
ମନସୁନ୍‌ରେ ଖାଦ୍ୟ ପ୍ରତି ବିଶେଷଭାବେ ସଚେତନ ହେବା ଜରୁରୀ। ଅତ୍ୟଧିକ ମସଲା ତଥା ତେଲଛଣା ଖାଦ୍ୟ କମ୍‌ ଖାଇବା ସହିତ ଲୁଣ ମଧ୍ୟ କମ୍‌ ଖାଇବା ଉଚିତ୍‌।
ଓଟମିଲ୍‌ ସ୍କ୍ରବ ଏବଂ ପାଚିଲା ଅମୃତଭଣ୍ଡାକୁ ସ୍କ୍ରବଭାବେ ବ୍ୟବହାର କରିପାରିବେ।
ପ୍ରତିଦିନ ରାତିରେ ଆଣ୍ଟିବାୟୋଟିକ୍‌ ଟୋନର ଲଗାଇ ଶୋଇବା ଉଚିତ୍‌। କାରଣ ଏହା ଦ୍ୱାରା ତ୍ୱଚାର ପିଏଚ୍‌ ଲେବଲ୍‌ ଠିକ୍‌ ରହିଥାଏ।
ଶରୀରକୁ ଡିଟାକ୍ସ କରିବା ପାଇଁ ପ୍ରଚୁର ପାଣି ପିଅନ୍ତୁ। ଫଳରେ ବ୍ରଣ ସମସ୍ୟା ସୃଷ୍ଟି ହେବ ନାହିଁ।
ମେକ୍‌ଅପ୍‌ ଲଗାଇଥିଲେ ଭଲଭାବରେ ବେବି ୱାଇପ୍ସ କିମ୍ବା ନଡ଼ିଆ ତେଲରେ ସଫା କରନ୍ତୁ।
ବର୍ଷାଦିନେ ମହୁ ଏବଂ ଚିନି ମିଶାଇ ସ୍କ୍ରବ କରନ୍ତୁ। ଏହା ତ୍ୱଚାରେ ଥିବା ମୃତ କୋଷକୁ ବାହାର କରି ରୋମ ଛିଦ୍ରକୁ ଖୋଲି ଦେଇଥାଏ ଓ ତ୍ୱଚା କୋମଳ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri