ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି ଜମି ହଡପ ସହ ବେଆଇନ କାରବାର କରି ଜମି ଅକ୍ତିଆର କରିଥିବା କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି। ଗୁରୁବାର ଖବରଦାତା ସମ୍ମିଳନୀରେ ସେ କହିଲେ, ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଘଟଣାର ତଦନ୍ତ କରିବା ପରେ ବେଆଇନ ଜମି ହଡପ ହୋଇଥିବା ତଥ୍ୟ ହସ୍ତଗତ ହୋଇଛି। ଓଆଇପିଏଲ ଚଞ୍ଚକତା କରି ଅନୁସୂଚିତ ଜନଜାତିଙ୍କ ଜମିକୁ ନିଜର ଜଣେ କର୍ମଚାରୀ ତଥା ଅନୁସୂଚିତ ଜନଜାତିଙ୍କ ନାମରେ ଠକେଇ କରି କିଣିଥିବା ଜଣାପଡିଛି। ଏହା ଏକ ଧର୍ତ୍ତବ୍ୟ ଅପରାଧ। ଏଥିରେ ସମ୍ପୃକ୍ତ ଥିବାରୁ ସଂସ୍ଥାର ସିଏଫ୍‌ଓ ମନୋରଞ୍ଜନ ଷଡ଼ଙ୍ଗୀ ଓ ଶିବ ପ୍ରସାଦ ଶ୍ରୀଚନ୍ଦନଙ୍କୁ ପୂର୍ବରୁ ଗିରଫ କରାଯାଇଛି। ଏଥିସହ ଉକ୍ତ ଜମି ଜାଲିଆତିରେ ବେଆଇନ ଅର୍ଥ କାରବାରକୁ ଆୟକର ବିଭାଗର ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏଡିଜି ପ୍ରିୟଦର୍ଶୀ କହିଛନ୍ତି, ଇନଫ୍ରାଷ୍ଟ୍ରକଚର ଓ ରିୟଲଇଷ୍ଟେଟ ବ୍ୟବସାୟ ନିମନ୍ତେ ସାରୁଅରେ ୨୦୧୦ରୁ ୨୦୧୩ ମଧ୍ୟରେ ଓଆଇପିଏଲ ଜମି କିଣିଥିଲା। କେତେଜଣ ଗରିବ ଅନୁସୂଚିତ ଜନଜାତିର ବ୍ୟକ୍ତିଙ୍କ ଜମିକୁ ଜାଲିଆତି କରି କିଣାଯାଇଥିବା ଅଭିଯୋଗ ଆସିବା ପରେ ଗତ ୩୧ ତାରିଖରେ ମାମଲା (ନଂ. ୮/୨୦) ରୁଜୁ କରି ଇଓଡବ୍ଲ୍ୟୁ ଘଟଣାର ତଦନ୍ତ ଚଳାଇଛି। ତେବେ ଏହି ଜମି କିଣାରେ ବେନାମୀ ହୋଇଥିବା ଅର୍ଥ କାରବାର ରାଜ୍ୟ ପୋଲିସର ତଦନ୍ତ ପରିସରଭୁକ୍ତ ନୁହେଁ। ତେଣୁ ଏହାକୁ ଆୟକର ବିଭାଗ ତଦନ୍ତ ପରିସରଭୁକ୍ତ କରିବାକୁ ରାଜ୍ୟ ପୋଲିସ ଅନୁରୋଧ କରିଥିବା ଓ ଇଓଡବ୍ଲ୍ୟୁ ତା’ର ଅନ୍ୟସବୁ ତଦନ୍ତ ଜାରି ରଖିଥିବା ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri