ନନ୍ଦନକାନନରେ ମୁତୟନ ହେବେ ଓଆଇଏସ୍‌ଏଫ୍‌ ଯବାନ

ବାରଙ୍ଗ,୫।୬(ଲିଙ୍ଗରାଜ ରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନ ସୋମବାର ବନ୍ଦ ଥିବାବେଳେ ଜଣେ ଯୁବକ ବେଆଇନ ଭାବେ ତା’ ମଧ୍ୟକୁ ପଶିବା ଓ ଜଣେ ସୁରକ୍ଷା କର୍ମଚାରୀଙ୍କୁ ଆକ୍ରମଣ ଓ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ଘଟଣାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ ନିଜ ଆଡୁ ମଙ୍ଗଳବାର ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଜଙ୍ଗଲ ଓ ବନ୍ୟପ୍ରାଣୀ ନିୟମ ଅନୁଯାୟୀ କେସ୍‌ ନଂ. ୨/୨୪ରେ ଏକ ମାମଲା ରୁଜୁ କରାଯାଇଥିବା ନନ୍ଦନକାନନ ସୁରକ୍ଷା ବିଭାଗ ବନାଞ୍ଚଳ ଅଧିକାରୀ କୃଷ୍ଣ ପଟ୍ଟନାୟକ ସୂଚନା ଦେଇଛନ୍ତି। ଏହି ଅଭିଯୋଗ ଆଧାରରେ ଅଭିଯୁକ୍ତଙ୍କ ବିରୋଧର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନନ୍ଦନକାନନ ପକ୍ଷରୁ ସୂଚନା ମିଳିଛି। ଦେଶ, ବିଦେଶ ତଥା ରାଜ୍ୟରୁ ଆସୁଥିବା ଲକ୍ଷ ଲକ୍ଷ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଗୁରୁତର ସହ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ଏହାର ପରିସର ମଧ୍ୟରେ ଓଆଇଏସ୍‌ଏଫ୍‌ ଯବାନଙ୍କୁ ନିୟୋଜିତ କରାଯିବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଜୁନ୍‌ ୩ ସୋମବାର ନନ୍ଦନକାନନ ବନ୍ଦ ରହିଥିବାବେଳେ ସକାଳ ୯ଟା ସମୟରେ ରଘୁନାଥପୁର ଗ୍ରାମର ମାନସ ରଞ୍ଜନ ସାହୁ ତାଙ୍କ ବାଇକ୍‌ରେ ନନ୍ଦନକାନନ ଭିତରକୁ ପଶି ବାଘ ଦେଖୁଥିଲେ। ଏଥିରେ ଜଣେ କର୍ମଚାରୀ ତାଙ୍କୁ ବିରୋଧ କରିବାରୁ ସେ କର୍ମଚାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ, ହତ୍ୟା ଧମକ ଦେଇଥିଲେ। ଏନେଇ ସେ ନନ୍ଦନକାନନରେ ଅଭିଯୋଗ କରିଥିଲେ ମଧ୍ୟ ଥାନା ପକ୍ଷରୁ କୌଣସି ଅଭିଯୋଗ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri