ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ ୧୦ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ ସକାଳ ୮ଟା ୩୦ରୁ ୧୦ଟା ୩୦, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧୨ଟା ୩୦ରୁ ୨ଟା ୩୦ ଏବଂ ତୃତୀୟ ସିଫ୍ଟ ୪ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ରହିଛି। ୬ ତାରିଖରେ ଏଲ୍‌ଇ ଟେକ୍‌(ଡିପ୍ଲୋମା) ପରୀକ୍ଷା ଥିବା ବେଳେ ୭ରେ ଏଲ୍‌ଇ ଟେକ୍‌(ଡିପ୍ଲୋମା), ଇଣ୍ଡିଗ୍ରେଟେଡ୍‌ ଏମ୍‌ବିଏ(ଏକଘଣ୍ଟା) ଏବଂ ଏଲ୍‌ଇ ଟେକ୍‌ ବିଏସ୍‌ସି(ଏକଘଣ୍ଟା)ର ପରୀକ୍ଷା ରହିଛି। ସେହିଭଳି ୮ ତାରିଖରେ ଏମ୍‌ବିଏ, ବି.କ୍ୟାଟ୍‌(ସିନେମାଟୋଗ୍ରାଫି/ସାଉଣ୍ଡ୍‌ ରେକର୍ଡିଂ ଏବଂ ଡିଜାଇନ-ଏକଘଣ୍ଟା) ଓ ଏଲ୍‌ଇ ଫାର୍ମ(ଏକଘଣ୍ଟା) ଏବଂ ୯ରେ ବି.ଫାର୍ମର ପରୀକ୍ଷା ଥିବାବେଳେ ୧୦ତାରିଖରେ ଏମ୍‌ସିଏ, ବି.କ୍ୟାଟ୍‌(ଫିଲ୍ମ ଏଡିଟିଙ୍ଗ-ଏକଘଣ୍ଟା), ଏମ୍‌.ଫାର୍ମ(ଏକଘଣ୍ଟା), ଏମ୍‌.ଆର୍କ, ଏମ୍‌.ପ୍ଲାନ ଓ ଏମ୍‌.ଟେକ୍‌ ପରୀକ୍ଷା ରହିଛି। ଛାତ୍ରୀଛାତ୍ର ଆସନ୍ତା ୨୭ ତାରିଖରୁ ଆଡ୍‌ମିଟ୍‌କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ। ଏ ନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri