Posted inରାଜ୍ୟ

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୮।୯(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡ୍‌ରେ ହେବ। ପ୍ରତ୍ୟେକ ଦିନ ତିନୋଟି ସିଫ୍ଟରେ କରାଯିବ। ପରୀକ୍ଷାର କେଉଁ ସିଫ୍ଟରେ କ’ଣ ଅଛି ତା’ର ସମ୍ପୂର୍ଣ୍ଣ ସୂଚନା ସହିତ ରୋଲ୍‌ ନମ୍ବର, ସିଫ୍ଟ ଏବଂ ପରୀକ୍ଷା କେନ୍ଦ୍ର, ଆଡମିଟ୍‌ କାର୍ଡ ଓଜେଇଇ ଅଫିସିଆଲ ଓ୍ବେବ୍‌ସାଇଟ୍‌ www.ojee.nic.in ବା www.o।ishajee.comରେ ଚଳିତମାସ ଶେଷ ସୁଦ୍ଧା ଉପଲବ୍ଧ ହେବ। ଛାତ୍ରଛାତ୍ରୀ ଉପରୋକ୍ତ ୱେବ୍‌ସାଇଟ ଖୋଲି ପରୀକ୍ଷା ସମ୍ବନ୍ଧୀୟ ଆବଶ୍ୟକ ସୂଚନା ପାଇପାରିବେ।
ଏଥର ମୋଟ ୫୩ଟି ସେଣ୍ଟରରେ ଓଜେଇଇ ଅନୁଷ୍ଠିତ ହେବ। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି କେନ୍ଦ୍ର କରାଯାଇଛି। ସେଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବାରିପଦା, ବ୍ରହ୍ମପୁର, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ପାରଳାଖେମୁଣ୍ଡି(ଗଜପତି), ଜଗତସିଂହପୁର, ଯାଜପୁର, ଜୟପୁର, ଝାରସୁଗୁଡ଼ା, ଫୁଲବାଣୀ(କନ୍ଦମାଳ), କେନ୍ଦୁଝର, ନୟାଗଡ଼, ରାୟଗଡ଼ା, ରାଉରକେଲା ଓ ସମ୍ବଲପୁର। ସେହିପରି ରାଜ୍ୟ ବାହାରେ ଝାଡ଼ଖଣ୍ଡର ରାଞ୍ଚତ୍, ପଶ୍ଚିମବଙ୍ଗର କୋଲକାତା ଓ ବିହାରର ପାଟଣାଠାରେ ମଧ୍ୟ ଓଜେଇଇ ପରୀକ୍ଷା କେନ୍ଦ୍ର କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri