Posted inରାଜ୍ୟ

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୮।୯(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡ୍‌ରେ ହେବ। ପ୍ରତ୍ୟେକ ଦିନ ତିନୋଟି ସିଫ୍ଟରେ କରାଯିବ। ପରୀକ୍ଷାର କେଉଁ ସିଫ୍ଟରେ କ’ଣ ଅଛି ତା’ର ସମ୍ପୂର୍ଣ୍ଣ ସୂଚନା ସହିତ ରୋଲ୍‌ ନମ୍ବର, ସିଫ୍ଟ ଏବଂ ପରୀକ୍ଷା କେନ୍ଦ୍ର, ଆଡମିଟ୍‌ କାର୍ଡ ଓଜେଇଇ ଅଫିସିଆଲ ଓ୍ବେବ୍‌ସାଇଟ୍‌ www.ojee.nic.in ବା www.o।ishajee.comରେ ଚଳିତମାସ ଶେଷ ସୁଦ୍ଧା ଉପଲବ୍ଧ ହେବ। ଛାତ୍ରଛାତ୍ରୀ ଉପରୋକ୍ତ ୱେବ୍‌ସାଇଟ ଖୋଲି ପରୀକ୍ଷା ସମ୍ବନ୍ଧୀୟ ଆବଶ୍ୟକ ସୂଚନା ପାଇପାରିବେ।
ଏଥର ମୋଟ ୫୩ଟି ସେଣ୍ଟରରେ ଓଜେଇଇ ଅନୁଷ୍ଠିତ ହେବ। ରାଜ୍ୟ ଭିତରେ ୨୧ଟି ସହରରେ ୫୦ଟି କେନ୍ଦ୍ର କରାଯାଇଛି। ସେଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗୀର, ବାଲେଶ୍ୱର, ବରଗଡ଼, ବାରିପଦା, ବ୍ରହ୍ମପୁର, ଭଦ୍ରକ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ପାରଳାଖେମୁଣ୍ଡି(ଗଜପତି), ଜଗତସିଂହପୁର, ଯାଜପୁର, ଜୟପୁର, ଝାରସୁଗୁଡ଼ା, ଫୁଲବାଣୀ(କନ୍ଦମାଳ), କେନ୍ଦୁଝର, ନୟାଗଡ଼, ରାୟଗଡ଼ା, ରାଉରକେଲା ଓ ସମ୍ବଲପୁର। ସେହିପରି ରାଜ୍ୟ ବାହାରେ ଝାଡ଼ଖଣ୍ଡର ରାଞ୍ଚତ୍, ପଶ୍ଚିମବଙ୍ଗର କୋଲକାତା ଓ ବିହାରର ପାଟଣାଠାରେ ମଧ୍ୟ ଓଜେଇଇ ପରୀକ୍ଷା କେନ୍ଦ୍ର କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri