ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ସିପ୍ଟ ପରୀକ୍ଷା ମଧ୍ୟାହ୍ନ ୧୨ଟା ୩୦ରୁ ଆରମ୍ଭ ହୋଇ ୨ଟା ୩୦ଯାଏ ଏବଂ ତୃତୀୟ ସିପ୍ଟଟି ଅପରାହ୍ନ ୪ଟା ୩୦ରୁ ୬ଟା ୩୦ ଯାଏ ଚାଲିବ।

ମେ ୨ରେ ୩ଟି ସିଫ୍ଟରେ ବି.ଫାର୍ମ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ୩ ତାରିଖରେ ବି.ଫାର୍ମ, ଏଲ୍‌ଇ.ଟେକ୍‌(ଡିପ୍ଲୋମା) ଏବଂ ଏମ୍‌ବିଏ ପାଇଁ ପରୀକ୍ଷା ହେବ। ୫ ତାରିଖରେ ଏଲଇ.ଟେକ୍‌(ଡିପ୍ଲୋମା), ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି. କ୍ୟାଟ୍‌ ଏବଂ ଏଲଇ.ଟେକ୍‌ ବିଏସସି ରହିଥିବା ବେଳେ ୬ ତାରିଖରେ ଏମ୍‌ସିଏ, ବି.କ୍ୟାଟ,ଏମ୍‌.ଫାର୍ମ, ଏମ୍‌ ଆର୍କ, ଏମ.ପ୍ଲାନ୍‌ ଓ ଏମ୍‌. ଟେକ ପରୀକ୍ଷା ରହିଛି। ସେହିପରି ୧୦ ତାରିଖରେ ବେସିକ ବିଏସ୍‌ସି ନର୍ସିଂ ରହିଥିବା ବେଳେ ୧୧ ତାରିଖରେ ବେସିକ ବିଏସ୍‌ସି ନର୍ସିଂ, ପୋଷ୍ଟ ବେସିକ ଡିପ୍ଲୋମା ନର୍ସିଂ ଏବଂ ଏମ୍‌.ଏସ୍‌ସି ନର୍ସିଂ ରହିଛି। ୧୨ ତାରିଖରେ କେବଳ ଏଲଇ.ଟେକ୍‌(ଡିପ୍ଲୋମା) ରହିଥିବା ବିଜ୍ଞପ୍ତିରୁ ଜଣାପଡିଛି। ପରୀକ୍ଷା ପାଇଁ ଛାତ୍ରୀଛାତ୍ର ଓଜେଇଇ ଓ୍ବେବ୍‌ସାଇଟ୍‌ରୁ ଆଡ୍‌ମିଟ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri