ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ସିପ୍ଟ ପରୀକ୍ଷା ମଧ୍ୟାହ୍ନ ୧୨ଟା ୩୦ରୁ ଆରମ୍ଭ ହୋଇ ୨ଟା ୩୦ଯାଏ ଏବଂ ତୃତୀୟ ସିପ୍ଟଟି ଅପରାହ୍ନ ୪ଟା ୩୦ରୁ ୬ଟା ୩୦ ଯାଏ ଚାଲିବ।

ମେ ୨ରେ ୩ଟି ସିଫ୍ଟରେ ବି.ଫାର୍ମ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ୩ ତାରିଖରେ ବି.ଫାର୍ମ, ଏଲ୍‌ଇ.ଟେକ୍‌(ଡିପ୍ଲୋମା) ଏବଂ ଏମ୍‌ବିଏ ପାଇଁ ପରୀକ୍ଷା ହେବ। ୫ ତାରିଖରେ ଏଲଇ.ଟେକ୍‌(ଡିପ୍ଲୋମା), ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ବି. କ୍ୟାଟ୍‌ ଏବଂ ଏଲଇ.ଟେକ୍‌ ବିଏସସି ରହିଥିବା ବେଳେ ୬ ତାରିଖରେ ଏମ୍‌ସିଏ, ବି.କ୍ୟାଟ,ଏମ୍‌.ଫାର୍ମ, ଏମ୍‌ ଆର୍କ, ଏମ.ପ୍ଲାନ୍‌ ଓ ଏମ୍‌. ଟେକ ପରୀକ୍ଷା ରହିଛି। ସେହିପରି ୧୦ ତାରିଖରେ ବେସିକ ବିଏସ୍‌ସି ନର୍ସିଂ ରହିଥିବା ବେଳେ ୧୧ ତାରିଖରେ ବେସିକ ବିଏସ୍‌ସି ନର୍ସିଂ, ପୋଷ୍ଟ ବେସିକ ଡିପ୍ଲୋମା ନର୍ସିଂ ଏବଂ ଏମ୍‌.ଏସ୍‌ସି ନର୍ସିଂ ରହିଛି। ୧୨ ତାରିଖରେ କେବଳ ଏଲଇ.ଟେକ୍‌(ଡିପ୍ଲୋମା) ରହିଥିବା ବିଜ୍ଞପ୍ତିରୁ ଜଣାପଡିଛି। ପରୀକ୍ଷା ପାଇଁ ଛାତ୍ରୀଛାତ୍ର ଓଜେଇଇ ଓ୍ବେବ୍‌ସାଇଟ୍‌ରୁ ଆଡ୍‌ମିଟ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ୨୦ରୁ ଜିଲାସ୍ତରୀୟ ଶିଶୁ ଉତ୍ସବ

ଭଞ୍ଜନଗର,୧୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ଜିଲାସ୍ତରୀୟ ଶିଶୁ...

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri