ଆଜିଠୁ ଓଜେଇଇ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ ମୋଡ୍‌ରେ କରାଯିବ। ଦୈନିକ ୩ଟି ସିଫ୍ଟ ହେବ ଓ ପ୍ରତି ପରୀକ୍ଷାର ଅବଧି ଦୁଇ ଘଣ୍ଟା ରହିଛି। ସକାଳ ୯ରୁ ପୂର୍ବାହ୍ନ ୧୧, ଅପରାହ୍ନ ୧୨ଟା ୩୦ରୁ ୨ଟା ୩୦ ଓ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ପରୀକ୍ଷା ହେବ। ତେବେ ଚଳିତବର୍ଷ ରେକର୍ଡ ସଂଖ୍ୟକ ୭୯,୮୦୦ ଛାତ୍ରୀଛାତ୍ର ଓଜେଇଇ ପାଇଁ ନାମ ପଞ୍ଜୀକରଣ କରିଛନ୍ତି। ଏଥିପାଇଁ ମୋଟ ୫୩ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ରାଜ୍ୟ ଭିତରେ ମୋଟ ୨୧ ସହରରେ ୫୦ଟି ଓ ରାଜ୍ୟ ବାହାରେ ୩ଟିର ବ୍ୟବସ୍ଥା କରାଯାଇଛି। ଚଳିତବର୍ଷ ପ୍ରଥମଥର ପାଇଁ ରାଞ୍ଚତ୍, କୋଲକାତା ଓ ପାଟନାର ୩ଟି ସେଣ୍ଟରରେ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେହିଭଳି ଏଥର ରାଜ୍ୟର ୬ଟି ସହର ବଲାଙ୍ଗୀର, ପାରଳାଖେମୁଣ୍ଡି, ଜଗତ୍‌ସିଂହପୁର, ଯାଜପୁର, ନୟାଗଡ଼ ଓ ଫୁଲବାଣୀରେ ପ୍ରଥମଥର ପାଇଁ ପରୀକ୍ଷା କେନ୍ଦ୍ର କରାଯାଇଛି।
ଉଲ୍ଲେଖଯୋଗ୍ୟ, କରୋନା ପାଇଁ ଏଥର ଓଜେଇଇ ଅହେତୁକ ବିଳମ୍ବ ହୋଇଛି। ଏ ପରିସ୍ଥିତିରେ ପରୀକ୍ଷା ସୁପରିଚାଳନା ପାଇଁ ରାଜ୍ୟ ସରକାର ଏକ ଏସ୍‌ଓପି ଜାରି କରିଛନ୍ତି। ସମସ୍ତ ପରୀକ୍ଷା କେନ୍ଦ୍ରରେ ମୋଟ ବସିବା କ୍ଷମତାର ମାତ୍ର ୫୦% ବ୍ୟବହାର କରାଯିବ ଓ ନିର୍ଦ୍ଦେଶାବଳୀ ଅନୁଯାୟୀ ପରୀକ୍ଷାର୍ଥୀଙ୍କ ମଧ୍ୟରେ ବ୍ୟବଧାନ ବଜାୟ ରହିବ। ଯଦି କୌଣସି ପରୀକ୍ଷାର୍ଥୀଙ୍କ ଶରୀର ତାପମାତ୍ରା ଅଧିକ କିମ୍ବା ଅନ୍ୟ କୌଣସି କରୋନା ଲକ୍ଷଣ ଥିବା ପରି ଦେଖାଯାଏ, ତେବେ ସ୍ବତନ୍ତ୍ର ଭାବେ କରାଯାଇଥିବା ହଲ୍‌ରେ ତାଙ୍କୁ ପରୀକ୍ଷା ଦେବାକୁ ଅନୁମତି ଦିଆଯିବ। କରୋନା ଆକ୍ରାନ୍ତ ଛାତ୍ରୀଛାତ୍ର ପରୀକ୍ଷା ଦେଇପାରିବେ ନାହିଁ। ଅନ୍ୟ ଛାତ୍ରୀଛାତ୍ର ଓ କର୍ମଚାରୀଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ତେଣୁ ପଜିଟିଭ୍‌ ଚିହ୍ନଟ ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରକୁ ନ ଆସିବା ପାଇଁ ଓଜେଇଇ ପକ୍ଷରୁ କୁହାଯାଇଛି। ଯେଉଁମାନେ କରୋନାରେ ଆକ୍ରାନ୍ତ ହୋଇଥିବେ, ସେମାନଙ୍କ ପାଇଁ ଆଗକୁ ପରୀକ୍ଷା ଦେବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri