ଆଜିଠୁ ଓଜେଇଇ

ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୯ଟାରୁ ୧୧ଟା, ଦ୍ୱିତୀୟ ଶିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୨ଟା ୩୦ ଏବଂ ତୃତୀୟ ଶିିଫ୍ଟ ପରୀକ୍ଷା ଅପରାହ୍ନ ୪ଟାରୁ ସା ୬ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କାର୍ଯ୍ୟସୂଚୀ ଅନୁସାରେ, ୪ ତାରିଖରେ ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ଶିଫ୍ଟରେ ଲାଟେରାଲ ଏଣ୍ଟ୍ରି (ଡିପ୍ଲୋମା) ଲାଗି ପ୍ରବେଶିକା ପରୀକ୍ଷା ହେବ। ସେହିପରି ୫ ତାରିଖରେ ପ୍ରଥମ ଏବଂ ଦ୍ୱିତୀୟ ଶିଫ୍ଟରେ ଏମ୍‌ସିଏ/ଏମ୍‌ଏସ୍‌ସି ଲାଗି ପରୀକ୍ଷା ହେବାକୁ ଥିବା ବେଳେ ତୃତୀୟ ଶିିଫ୍ଟରେ ଏମ୍‌.ଟେକ୍‌ (୧୧ ବିଷୟ), ଏମ୍‌.ଆର୍କିଟେକ୍ଟ, ଏମ୍‌.ପ୍ଲାନ, ଏମ୍‌.ଫାର୍ମା, ବି.କ୍ୟାଟ୍‌ ପରୀକ୍ଷା ହେବ। ୬ତାରିଖରେ ପ୍ରଥମ ୨ଟି ଶିଫ୍ଟରେ ଏମ୍‌ବିଏ ଲାଗି ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ତୃତୀୟ ଶିଫ୍ଟରେ ଲାଟେରାଲ ଏଣ୍ଟ୍ରି ଫାର୍ମା, ଲାଟେରାଲ ଏଣ୍ଟ୍ରି (ବିଏସ୍‌ସି) ବି. କ୍ୟାଟ୍‌ (ଫିଲ୍ମ ଏଡିଟିଂ) ଲାଗି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ୭ ତାରିଖରେ କେବଳ ପ୍ରଥମ ଶିିଫ୍ଟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ ଏବଂ ଡିପ୍ଲୋମା ଲାଟେରାଲ ଏଣ୍ଟ୍ରି ପରୀକ୍ଷା ହେବାକୁ ଥିବାବେଳେ ୮ ତାରିଖରେ ୩ଟି ଯାକ ଶିଫ୍ଟରେ ବି.ଫାର୍ମା ଲାଗି ପ୍ରବେଶିକା ପରୀକ୍ଷା କରାଯିବ ବୋଲି ଓଜେଇଇ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri