ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨ା୬(ବ୍ୟୁରୋ): ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇଛି ଚଳିତବର୍ଷର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ। ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ ଉପସ୍ଥିତ ଥିଲେ। ଛାତ୍ରୀଛାତ୍ର ଓଜେଇଇ ଓ୍ବେବ୍‌ସାଇଟ୍‌ www.ojee.nic.inରୁ ରେଜଲ୍ଟ ଦେଖିପାରିବେ।

ବି-ଫାର୍ମାରେ ସୌରଭ କୁମାର ପତି ଟପ୍ପର ହୋଇଥିବା ବେଳେ ଏମ୍‌ବିଏରେ ସତ୍ୟଜିତ ସାହୁ, ଏମ୍‌ସିଏରେ ଅପୂର୍ବ ନାୟକ, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ସିଭିଲ ଇଂଜିନିୟରିଂରେ ସୁବାସ ପୃଷ୍ଟି, ବାୟୋଟେକ୍ନୋଲୋଜିରେ ରାହୁଲ ନାୟକ, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡା, ଏମ୍‌ଫାର୍ମାରେ ରଶ୍ମୀରଞ୍ଜନ ପାଣିଗ୍ରାହୀ ଟପ୍ପର ହୋଇଛନ୍ତି। ଚଳିତଥର ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ମୋଟ୍‌ ୪୮, ୭୮୩ ଜଣ ରାଙ୍କ ପାଇଛନ୍ତି। ଏମାନେ ୧୨ଟି ବୈଷୟିକ ପାଠ୍ୟକ୍ରମରେ ନାମ ଲେଖାଇପାରିବେ।

ସୂଚନାଯୋଗ୍ୟ, ରାଜ୍ୟରେ ଥିବା ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନର ଏମ୍‌ବିଏ, ଏମ୍‌ସିଏ, ଏମ୍‌ଏସ୍‌ସି, ଏମ୍‌ଟେକ, ଏମ୍‌.ପ୍ଲାନ୍‌, ଲାଟେରାଲ ଏଣ୍ଟ୍ରି ବିଏମ୍‌ବିଏ, ଲାଟେରାଲ ଏଣ୍ଟ୍ରି ବିଏସ୍‌ସି ଭଳି ୧୧ଟି ପାଠ୍ୟକ୍ରମରେ ନାମଲେଖା ଲାଗି ମେ ୮ରୁ ୧୫ତାରିଖ ପର୍ଯ୍ୟନ୍ତ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ରାଜ୍ୟର ସମସ୍ତ ୩୦ ଜିଲା ଏବଂ ରାଜ୍ୟ ବାହାରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାରରେ ୩ଟିକୁ ମିଶାଇ ମୋଟ ୪୭ଟି ପରୀକ୍ଷା କେନ୍ଦ୍ର ହୋଇଥିଲା। ମୋଟ ୫୫ ହଜାର ୯୭୯ ଛାତ୍ରୀଛାତ୍ର ଓଜେଇଇ ପରୀକ୍ଷା ଦେବା ପାଇଁ ନାମ ପଞ୍ଜୀକରଣ କରିଥିଲେ। ଲାଟେରାଲ ଏଣ୍ଟ୍ରି ଡିପ୍ଲୋମାରେ ସର୍ବାଧିକ ଛାତ୍ରୀଛାତ୍ର ୧୭ ହଜାର ୭୬୩, ବି ଫାର୍ମାରେ ୧୩ ହଜାର ୮୧୩, ଏମ୍‌ବିଏରେ ୯,୩୦୫, ଏମ୍‌ସିଏ ଓ ଏମଏସ୍‌ସି କମ୍ପ୍ୟୁଟର ସାଇନ୍ସରେ ୮ହଜାର ୮୪୧ ଛାତ୍ରୀଛାତ୍ର ପ୍ରବେଶିକା ପରୀକ୍ଷା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଆଇନଜୀବୀ ପୀତବାସ ଦାଶଙ୍କ ପରଲୋକ

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ବରିଷ୍ଠ ସଦସ୍ୟ ପୀତବାସ ଦାଶ (୫୨)ଙ୍କ ଶନିବାର ଅପରାହ୍ନରେ ପରଲୋକ ହୋଇଛି। ସେ ବିଗତ କିଛି ହେବ…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri