ପ୍ରକାଶ ପାଇଲା OJEE ୨୦୨୫ ରେଜଲ୍ଟ: ଏହି ଲିଙ୍କରେ ଜାଣନ୍ତୁ ରାଙ୍କ

ଭୁବନେଶ୍ୱର,୧୦।୬: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା କମିଟି (OJEE) ଓଜେଇଇ ୨୦୨୫ ରେଜଲ୍ଟ ଘୋଷଣା କରିଛି। ଯେଉଁ ପରୀକ୍ଷାର୍ଥୀମାନେ ୨୦୨୫ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷାରେ ଅଂଶଗ୍ରହଣ କରିଥିଲେ, ସେମାନେ ଏବେ ଓଜେଇଇର ଅଫିସିଆଲ୍ ୱେବସାଇଟ୍ ojee.nic.in ରେ ସେମାନଙ୍କ ଫଳାଫଳ ଯାଞ୍ଚ କରି ଡାଉନଲୋଡ଼ କରିପାରିବେ। ପରୀକ୍ଷାର୍ଥୀମାନେ ନିଜର ଆବେଦନ ନମ୍ବର (Application Number) ଏବଂ ପାସୱାର୍ଡ ଦେଇ ରେଜଲ୍ଟ ଯାଞ୍ଚ କରିପାରିବେ।

୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରଚଳିତ ୧୭ ଗୋଟି ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ଯଥା B.CAT, LE-BTech. (for Diploma students), LE-BTech. (for B.Sc. students), B. Pharm., MBA, MCA, Int. MBA, LE-Pharm., M.Pharm, M. Arch, M. Plan, M. Tech., Basic B.Sc Nursing, Post Basic B.Sc Nursing, M.Sc Nursing, and Post Diploma Nursing ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପୁଟର ଆଧାରିତ ପରୀକ୍ଷା (Computer Based Test) ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା । ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲା ସହିତ ରାଜ୍ୟ ବାହାରେ ୦୩ଟି ସହର ଯଥା କୋଲକାତା, ପାଟନା ଏବଂ ରାଞ୍ଚିରେ, ସର୍ବ ମୋଟ ୭୦ ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା ।

ଏ ବର୍ଷ ସମୁଦାୟ ୯୨,୪୮୮ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବାବେଳେ ୮୦,୩୨୪ ପରୀକ୍ଷାର୍ଥୀ (୮୬.୮୪ ଶତକଡା ) ପରୀକ୍ଷାରେ ଅଂଶ ଗ୍ରହଣ କରିଥିଲେ । ନର୍ସିଙ୍ଗ ପାଠ୍ୟକ୍ରମ ବ୍ୟତୀତ, ଅନ୍ୟାନ୍ୟ ପାଠ୍ୟକ୍ରମ ମଧ୍ୟରୁ ୫୫,୩୬୨ ପରୀକ୍ଷାର୍ଥୀଙ୍କୁ ନିଜ ନିଜ ର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ମିଳିଛି ।

ପରୀକ୍ଷାର୍ଥୀମାନେ ନିମ୍ନଲିଖିତ ପଦକ୍ଷେପ ଅନୁସରଣ କରି ରେଜଲ୍ଟ ଯାଞ୍ଚ କରିପାରିବେ:

୧. ଅଫିସିଆଲ୍ ୱେବସାଇଟ୍ ojee.nic.in କୁ ପରିଦର୍ଶନ କରନ୍ତୁ।
୨. ହୋମ୍ ପେଜ୍‌ରେ, ଓଜେଇଇ ୨୦୨୫ ରେଜଲ୍ଟ ଡାଉନଲୋଡ଼ କରିବା ପାଇଁ ଲିଙ୍କ ଉପରେ କ୍ଲିକ୍ କରନ୍ତୁ।
୩. ଆବେଦନ ନମ୍ବର ଏବଂ ପାସୱାର୍ଡ ପ୍ରବେଶ କରାଇ ଲଗଇନ୍ କରନ୍ତୁ ଏବଂ ସବମିଟ୍ କରନ୍ତୁ।
୪. ସ୍କ୍ରିନରେ ପ୍ରଦର୍ଶିତ ରେଜଲ୍ଟ ଯାଞ୍ଚ କରନ୍ତୁ।
୫. ରେଜଲ୍ଟ ଡାଉନଲୋଡ଼ କରନ୍ତୁ ଏବଂ ଭବିଷ୍ୟତ ଆବଶ୍ୟକତା ପାଇଁ ଏହାର ଏକ ପ୍ରିଣ୍ଟଆଉଟ୍ ରଖନ୍ତୁ।

ଅଧିକ ସମ୍ପର୍କିତ ତଥ୍ୟ ପାଇଁ, ପରୀକ୍ଷାର୍ଥୀମାନେ ଓଜେଇଇର ଅଫିସିଆଲ୍ ୱେବସାଇଟ୍ ojee.nic.in ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?