ଓଜେଇଇ ଆରମ୍ଭ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇଛି। କରୋନା ପାଇଁ ଏଥର ଓଜେଇଇ ଅହେତୁକ ବିଳମ୍ବରେ ହୋଇଛି। ତେବେ ପ୍ରଥମ ଦିନରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଓଡ଼ିଶାର ୨୧ ସହରର ୫୦ଟି ଏବଂ କୋଲକାତା ସମେତ ଝାଡ଼ଖଣ୍ଡର ରାଞ୍ଚି ଓ ବିହାରର ପାଟଣା ସହରରେ ହୋଇଥିବା ପରୀକ୍ଷା କେନ୍ଦ୍ରରେ ଏକା ସମୟରେ ପରୀକ୍ଷା ଆରମ୍ଭ ହୋଇଛି। ୧୦,୭୧୭ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିବାବେଳେ ୭,୬୩୩ ବା ୭୧% ଉପସ୍ଥାନ ରହିଥିବା ଓଜେଇଇ ଅଧ୍ୟକ୍ଷ ସୁଦୀପ୍‌ କୁମାର ଚାନ୍ଦ କହିଛନ୍ତି। ତିନୋଟି ସିଫ୍ଟରେ ପରୀକ୍ଷା ହୋଇଥିଲା। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବା ସମୟରେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ପ୍ରବେଶ ପଥ ଓ ବିଭିନ୍ନ ସ୍ଥାନରେ ସାନିଟାଇଜର ବ୍ୟବସ୍ଥା ରହିଥିଲା। ପରୀକ୍ଷାର୍ଥୀଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଥିଲା। ଆସନ୍ତା ୧୯ତାରିଖ ପର୍ଯ୍ୟନ୍ତ ଓଜେଇଇ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri