୨୭ରେ ଓଜେଏସ୍‌ ପ୍ରିଲିମିନାରି ପରୀକ୍ଷା

କଟକ ଅଫିସ,୧୧ା୩: ଆସନ୍ତା ୨୭ ତାରିଖରେ ଓଡ଼ିଶା ଜୁଡିସିଆଲ ସର୍ଭିସ(ଓଜେଏସ୍‌) ୨୦୨୧ର ପ୍ରିଲିମିନାରି ପରୀକ୍ଷା ଅନୁଷ୍ଠିତ ହେବ। ୫ଟି ଜୋନ୍‌ର ୧୦ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‌ ୩୨୦୨ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷା ଦେବେ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଉକ୍ତ ଲିଖିତ ପରୀକ୍ଷା ହେବାକୁ ଥିବାବେଳେ ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ ୩୦ ମିନିଟ୍‌ ସମୟ ଦିଆଯିବ। ଏହି ପରୀକ୍ଷା ପାଇଁ ଆସନ୍ତା ୨୧ ତାରିଖରୁ ଆଡ୍‌ମିଟ୍‌ କାର୍ଡ ମିଳିବ। ସମ୍ବଲପୁର ଜୋନ୍‌ର ସେଣ୍ଟ୍‌ ଜୋନ୍‌ସ ସ୍କୁଲ ପରୀକ୍ଷା କେନ୍ଦ୍ରରେ ୩୧୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ସେହିପରି ବାଲେଶ୍ୱର ଜୋନ୍‌ର ବାଲେଶ୍ୱର ସ୍କୁଲ ଅଫ୍‌ ଇଞ୍ଜିନିୟରିଂରେ ୧୪୪ ଜଣ ଓ ବ୍ରହ୍ମପୁର ଜୋନ୍‌ର ଶହୀଦ ଲକ୍ଷ୍ମଣ ନାୟକ ମେମୋରିଆଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ୧୯୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଭୁବନେଶ୍ୱର ଜୋନ୍‌ରେ ଅଧିକ ସଂଖ୍ୟକ ପରୀକ୍ଷାର୍ଥୀ ଥିବାରୁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି) ପକ୍ଷରୁ ୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ୟୁନିଟ୍‌-୬ସ୍ଥିତ ସରକାରୀ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୨୫୦ ଜଣ, ରାଜଧାନୀ ଜୁନିୟର କଲେଜରେ ୫୨୮ ଜଣ, ରାଜଧାନୀ ଡିଗ୍ରୀ କଲେଜରେ ୫୨୮ ଜଣ ଓ ସାମନ୍ତରାପୁରସ୍ଥିତ ସେଣ୍ଟ୍‌ ଜାଭିୟର୍ସ ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ୨୪୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ସେହିପରି କଟକ ଜୋନ୍‌ରେ ୩ଟି ପରୀକ୍ଷା କେନ୍ଦ୍ର ହୋଇଛି। ତୁଳସୀପୁର ସରସ୍ବତୀ ଶିଶୁମନ୍ଦିର ପରୀକ୍ଷା କେନ୍ଦ୍ରରେ ୩୬୦, ଶେଲ୍‌ଟର ଛକସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟରେ ୨୯୦ ଓ କ୍ୟାଣ୍ଟନମେଣ୍ଟ ରୋଡସ୍ଥିତ କେମ୍ବ୍ରିଜ ସ୍କୁଲରେ ୩୬୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଯେଉଁ ପରୀକ୍ଷାର୍ଥୀ ପରୀକ୍ଷା ଦେବେ, ସେମାନଙ୍କର ନାମ ତାଲିକା ଓପିଏସ୍‌ସି ୱେବସାଇଟ୍‌ରେ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri