ହାଇକୋର୍ଟରେ ଗୋଳନ୍ଥରା ହାଜତ ମୃତ୍ୟୁ

କଟକ ଅଫିସ, ୧୧।୫: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ଘଟଣାରେ ସୋମବାର ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ସେ ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁରର ଗଣେଶ ଡାକୁଆ ନାମକ ଯୁବକ ଥାନାରେ ଆତ୍ମହତ୍ୟା କରିନାହାନ୍ତି ବରଂ ତାଙ୍କୁ ମାରି ଦିଆଯାଇଛି। ପରେ ପୋଲିସ ପିନ୍ଧିଥିବା ବେଲ୍ଟରେ ମୃତକଙ୍କୁ ଝରକାରେ ଟାଙ୍ଗି ଆତ୍ମହତ୍ୟାର ରୂପ ଦିଆଯାଇଛି। ଏହି ମାମଲାରେ ଗୋଳନ୍ଥରା ପୋଲିସର ଭୂମିକା ସନ୍ଦେହଘେରକୁ ଆସିଛି। ଯେହେତୁ ଏହି ଘଟଣା ଏକ ହାଜତ ମୃତ୍ୟୁ ସମ୍ପର୍କିତ ତେଣୁ ଉକ୍ତ ମାମଲାକୁ ସିବିଆଇକୁ ହସ୍ତାନ୍ତର କରାଯାଉ। ଗଣେଶଙ୍କ ଏକ ଦେଢ଼ ବର୍ଷର ପୁଅ ରହିଥିବାବେଳେ ତାଙ୍କ ସ୍ତ୍ରୀ ଏବେ ଗର୍ଭବତୀ ଅଛନ୍ତି। ବୃଦ୍ଧ ମାଆ ବାପାଙ୍କର ଗଣେଶ ଏକମାତ୍ର ରୋଜଗାରିଆ ପୁଅ ଥିଲେ। ଏଣୁ ତାଙ୍କ ପରିବାରକୁ ରାଜ୍ୟ ସରକାର ଆର୍ଥିକ ସହାୟତା ସ୍ବରୂପ ୫୦ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଏହି ମାମଲାରେ କେନ୍ଦ୍ର ଗୃହ ସଚିବ, ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ପ୍ରମୁଖ ଶାସନ ସଚିବ, ଡିଜିପି, ବ୍ରହ୍ମପୁର ଏସ୍‌ପି ଓ ଗୋଳନ୍ଥରା ଥାନା ଅଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି।
ପ୍ରକାଶ ଯେ ଏକ ଇଟାଭାଟିରେ ଶ୍ରମିକମାନଙ୍କୁ ଗାଳିଗୁଲଜ ସହ ମାଡ଼ ମାରିବା ଅଭିଯୋଗରେ ଗଣେଶଙ୍କୁ ଗୋଳନ୍ଥରା ପୋଲିସ ଗତ ୩ ତାରିଖରେ ଥାନାକୁ ଆଣି ଶିଶୁ ଓ ମହିଳା ଅଭ୍ୟର୍ଥନା କକ୍ଷରେ ରଖି ପଚରାଉଚରା କରିଥିଲା। ରାତି ପ୍ରାୟ ୮ଟାରେ ପୋଲିସ କର୍ମଚାରୀଙ୍କ ଅନୁପସ୍ତିତିର ସୁଯୋଗ ନେଇ ଗଣେଶ ପିନ୍ଧିଥିବା ବେଲ୍ଟକୁ ବେକରେ ବାନ୍ଧି ଝୁଲି ପଡ଼ିଥିଲେ। ଏହାଦେଖି ଦାୟିତ୍ୱରେ ଥିବା ସେଣ୍ଟ୍ରି ଗଣେଶଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ କାର୍ଯ୍ୟରେ ଅବହେଳା ଅଭିଯୋଗରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଏଏସ୍‌ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଏବଂ କନଷ୍ଟେବଳ ଡି.ପି. ଜେନାଙ୍କୁ ନିଲମ୍ବିତ କରିଥିଲେ। ଏପରି କି ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକଙ୍କୁ ଘଟଣାର ତଦନ୍ତ ଶେଷ ପର୍ଯ୍ୟନ୍ତ ଜିଲା ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ଏହି ମାମଲାରେ ରାଜ୍ୟ ମାନବ ଅଧିକାର ଆୟୋଗରେ ମଧ୍ୟ ଏକ ମାମଲା ଚାଲୁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri