ଜାନୁଆରୀ ୨୫ରୁ ଓଳାଶୁଣୀ ଗୁମ୍ଫା ମେଳା

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୯ା୧୨(ପ୍ରଦୀପ୍ତ କୁମାର ପୃଷ୍ଟି/ଗିରିଜା ପ୍ରସାଦ ସାହୁ): ଯାଜପୁର ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଭାବରେ ପରିଚିତ ଓଳାଶୁଣୀ ଗୁମ୍ଫା ମେଳା ପାଇଁ ଏକ ପ୍ରସ୍ତୁତି ବୈଠକ ପାହାଡ଼ ଶୀର୍ଷଦେଶରେ ଥିବା ଗଣେଶ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଓଳାଶୁଣୀ ମଠର ମଠାଧିଶ ମହନ୍ତ ଡ. ନାମାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେରେ ପ୍ରଥମେ ମହନ୍ତ ପର୍ଶୁରାମ ଦାସଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଥିଲା। ପରେ ଓଳାଶୁଣୀ ଉନ୍ନୟନ ପରିଷଦ ପକ୍ଷରୁ ମେଳା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଜାନୁଆରୀ ୨୫ରେ ମେଳା ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଥିଲା।

ଜିଲା ପ୍ରଶାସନକୁ ପ୍ରସ୍ତୁତି ବୈଠକ କରିବା ପାଇଁ ପରିଷଦ ପକ୍ଷରୁ ପତ୍ର ପ୍ରେରଣ କରାଯିବ ବୋଲି ସ୍ଥିରକରାଯାଇଥିଲା। ଦୀର୍ଘ ଦିନ ହେବ ସମ୍ପାଦକ ପଦବୀ ଖାଲି ପଡ଼ିଥିବାରୁ ତୁରନ୍ତ ସର୍ବ ସମ୍ମତିକ୍ରମେ ସ୍ଥାୟୀ ସମ୍ପାଦକ ନିଯୁକ୍ତି କରିବାକୁ ମତପ୍ରକାଶ ପାଇଥିଲା। ମେଳାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ନେଇ ବିଭିନ୍ନ ସମସ୍ୟା ଓ ଦାୟିତ୍ୱ ସମ୍ପର୍କରେ ବିଶଦ ଆଲୋଚନା ହୋଇଥିଲା। ବୈଠକରେ ଅଶୋକ ସାମଲ, ଦିଲୀପ ସାମଲ, ରତିକାନ୍ତ ସାମଲ, ଶରତ ସିଂହ, ରୁଦ୍ରନାରାୟଣ ସିଂହ, ଉମେଶ ସାମଲ, ଦେବାଶିଷ ସିଂହ, ବୈନେତେୟ ଦାସ, ପ୍ରଶନ୍ନ ପରିଡ଼ା, ଅନିଲ ଭୁୟାଁ, ଅଲେଖ ସାମଲ, ଶ୍ୟାମସୁନ୍ଦର ମହାରଣା, ଯଯାତି ସିଂହ, ମହେନ୍ଦ୍ର କୁମାର ରଣସିଂ, ବଳରାମ ବେହେରା, ଧ୍ରୁବଚରଣ ସାମଲ, ଅମୂଲ୍ୟ ସିଂହ, ପ୍ରଫୁଲ୍ଲ ପଣ୍ଡା, ବିକ୍ରମ କେଶରୀ ପ୍ରଧାନ, ବାଜେନ୍ଦ୍ର ମହାରଣା ଓ ନୀଳମାଧବ ସାମଲ ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri