ଓଲଟପୁର ଆଇଆଇସି, କଣ୍ଟାପଡ଼ା ଯୋଗାଣ ନିରୀକ୍ଷକଙ୍କୁ କରୋନା: ୫ ଦିନ ଶଟଡାଉନ ଘୋଷଣା

କଣ୍ଟାପଡା,୩୦।୭(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଏବଂ ଓଲଟପୁର ଥାନାର ୨ ମହିଳା ଅଧିକାରୀ ଓ ଇଛାପୁର ଗ୍ରାମର ୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ପରେ କଣ୍ଟାପଡା ପଞ୍ଚାତ ସରଞ୍ଚ ପ୍ରୀତି ବେହେରା ପଞ୍ଚାୟତର କୁଅଁରପୁର ଛକଠାରୁ ଇଛାପୁର ପର୍ଯ୍ୟନ୍ତ ଶୁକ୍ରବାରଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ଶଟଡାଉନ ଘୋଷଣା କରିଛନ୍ତି। ଏହି ସମୟରେ ଉକ୍ତ ଅଞ୍ଚଳ ମଧ୍ୟରେ ଥିବା କଣ୍ଟାପଡା ବ୍ଲକ, ତହସିଲ, ଜଳସେଚନ କାର୍ଯ୍ୟାଳୟ, ପୂର୍ତ୍ତବିଭାଗ କାର୍ଯ୍ୟାଳୟ ବନ୍ଦ ରଖବାକୁ ସରପଞ୍ଚ ନିର୍ଦ୍ଦେଶ ଦେଇଛନ୍ତି। ମେଡିଶିନ, ଗ୍ରୋସରୀ ଓ ପନିପରିବା ଦେକାନକୁ ଛାଡିଦେଲେ ଅନ୍ୟ ବ୍ୟବସାୟ ବନ୍ଧ ରଖିବାକୁ ଗୁରୁବାର ଡେଙ୍ଗୁରା ମାଧ୍ୟମରେ ସଚେତନ କରାଯାଇଛି।
ସୂଚନାଯୋଗ୍ୟ, ମଙ୍ଗଳବାର ୩୩ ଜଣ ଲକ୍ଷଣଥିବା ବ୍ୟକ୍ତିଙ୍କର ସ୍ବାବ ସଂଗ୍ରହ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଓଲଟପୁର ଥାନା ଆଇଆଇସି ଓ କଣ୍ଟାପଡା ବ୍ଲକ ଯୋଗାଣ ନିରୀକ୍ଷକ ଓ ତାଙ୍କ ଭାଇଙ୍କର ନମୁନା ସଂଗ୍ରହ କରାଯାଇଥିଲା। ବୁଧବାର ସନ୍ଧ୍ୟାରେ ରିପୋର୍ଟ ଆସିବାପରେ ଉକ୍ତ ୩ ଜଣ ପଜିଟିଭ ଥିବା ଜଣାପଡିଥିଲା। ପରେ ଆଇଆଇସି ଓ ଯୋଗାଣ ନୀରିକ୍ଷିକଙ୍କୁ କଟକସ୍ଥିତ ଏକ କୋଭିଡି ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଥାନାର ସମସ୍ତ କର୍ମଚାରୀଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାପାଇଁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ଗୁରୁବାର ସକାଳୁ ଅଡଶପୁର ଅଗ୍ନୀଶମ ବିଭାଗ ପକ୍ଷରୁ ଉଭୟ ଥାନା ଓ ବ୍ଲକ ପରିସରକୁ ସାନିଟାଇଜ କରାଯାଇଛି। ଅନ୍ୟପକ୍ଷେ କଣ୍ଟାପଡା ବ୍ଲକର ପୋସ୍ତଳ କ୍ଲଷ୍ଟର କ୍ୱାରାଣ୍ଟାଇନ ସେଣ୍ଟରରୁ ୩ଜଣ ପ୍ରବାସୀ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?