ହାର୍‌ ମାନିନି ବୟସ, ବଞ୍ଚାଇ ରଖିଛନ୍ତି କୌଳିକ ବୃତ୍ତି: ହେଲେ ମିଳୁନି ବାର୍ଦ୍ଧକ୍ୟ ଭତ୍ତା 

ଭେଡେନ,୧୧।୧୦(ହୃଷିକେଶ ଖମାରୀ): ଦିନକୁ ଦିନ ଲୋପ ପାଇ ବସିଲାଣି ମାଟି ତିଆରି କାରିଗରି । ମାତ୍ର ବରଗଡ଼ ଜିଲା ଭେଡେନ ବ୍ଲକ ଦେଶଉଟଲି ପଞ୍ଚାୟତ ଅନ୍ତର୍ଗତ ଦେଶ କୁମ୍ଭାରୀ ଗ୍ରାମର ଅଭିଲ ରଣା ଏହାକୁ ବଞ୍ଚାଇ ରଖିଛନ୍ତି । ତାଙ୍କ ବୟସ ୭୦ ବର୍ଷ ଟପିଲାଣି । ହେଲେ ତାଙ୍କଠାରେ ବୟସ ହାର ମାନି ନାହିଁ। ବୃଦ୍ଧ ବୟସର କାନ୍ଧରେ ଭାର ସାହାଯ୍ୟରେ  ପାତଲି, ହାଣ୍ଡି  ଆଦି ମାଟିପାତ୍ର ଧରି ଖାଲିପାଦରେ ଗାଁ ଗାଁ ଯାଇ ତାହା ବିକ୍ରି କରୁଛନ୍ତି।
ସେହି ବୃତ୍ତି ହିଁ ତାଙ୍କ ପରିବାରକୁ ଦାନା ଯୋଗାଇ ଆସୁଛି ବୋଲି  ଅଭିଲ କହିଛନ୍ତି । ସେ ଛୋଟ ବେଳୁ ତାଙ୍କ ବାପାଙ୍କଠାରୁ ମାଟି ତିଆରି ପାତ୍ର ତିଆରି କରିବା ଶିଖିଥିଲେ । ହେଲେ ତାଙ୍କୁ ୭୦ ବର୍ଷ ବୟସ ଟପିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବାର୍ଦ୍ଧକ୍ୟ ଭତ୍ତା ତାଙ୍କୁ ମିଳି ନାହିଁ । ସେ ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ଯାଇ ଭତ୍ତା ପାଇଁ ଆବେଦନ କରି ଆସୁଛନ୍ତି । ମାତ୍ର ଏପର୍ଯ୍ୟନ୍ତ ତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମିଳି ନ ଥିବା ସେ କହିଛନ୍ତି । ସକାଳୁ ଘରୁ ମାଟି ତିଆରି ପାତ୍ର ଭାର କରିଧରି ଗାଁଗାଁ ଯାଇ ବିକ୍ରି କରି ଘରକୁ ସନ୍ଧ୍ୟାରେ ଫେରୁଛନ୍ତି। ପୂର୍ବଭଳି ଆଉ ମାଟିପାତ୍ର ବିକ୍ରି ହେଉ ନାହିଁ । ଫଳରେ ପରିବାର ପ୍ରତିପୋଷଣରେ ସେ ବହୁବିଧ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମଞ୍ଜୁର କଲେ ସମସ୍ୟା କିଛି ଲାଘବ ହେବ ବୋଲି ଅଭିଲ ମନରେ ଆଶା ବାନ୍ଧିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନଘାଟ ଯିବାକୁ ମିଳିଲାନି ରାସ୍ତା, ରୋଡ୍ ଉପରେ ଅନ୍ତିମ ସଂସ୍କାର କଲେ ପରିବାର

ପାଟନା,୩୦ା୧: ବିହାରର ବୈଶାଳୀରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ସୁରକ୍ଷିତ ରାସ୍ତା ନ ପାଇ କ୍ରୋଧିତ ମହାଦଳିତ ପରିବାର ରାସ୍ତାରେ ଜଣେ ବୃଦ୍ଧା ମହିଳାଙ୍କ…

ମନ୍ତ୍ରୀଙ୍କ ବାସଭବନରେ ସହାୟକଙ୍କ ମୃତ୍ୟୁ, ସପରିବାର ସହ…

ଭୁବନେଶ୍ୱର,୩୦ା୧: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ସହାୟକ ଶଙ୍କର୍ଷଣ ନାଗଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବଲାଙ୍ଗୀର ଜିଲାର। ବିଦ୍ୟୁତ ଆଘାତରେ ସହାୟକଙ୍କ…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି…

ଆକ୍ଟିଭ୍‌ ହେଲା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ, ଜାଣନ୍ତୁ କାହିଁକି ହୋଇଥିଲା ଡିଆକ୍ଟିଭେଟ୍‌

ନୂଆଦିଲ୍ଲୀ,୩୦।୧: ହଠାତ୍‌ ଗାଏବ ହୋଇଯାଇଥିବା ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ପୁଣିଥରେ ଆକ୍ଟିଭ୍‌ ହୋଇଛି। କୋହଲି ତାଙ୍କ ଆକାଉଣ୍ଟ ଡିଆଆଷ୍ଟିଭେଟ୍‌ କରିଦେଇଥିବା ପ୍ରଶଂସକ ଭାବୁଥିଲେ। କିନ୍ତୁ ଏହା…

ମହେନ୍ଦ୍ର ସିଂହ ଧୋନିଙ୍କୁ ହଠାତ ଭେଟିଲେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ରାଜନୈତିକ ମହଲରେ ଖୁବ ଚର୍ଚ୍ଚା

ରାଞ୍ଚି,୩୦।୧: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ହଠାତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ମୁଖ୍ୟମନ୍ତ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ…

ଜେଲ୍ ଭିତରେ ପ୍ରେମିକର ଜନ୍ମଦିନ ପାଳନ: ଭାଇରାଲ ହେଲା ଯୁବତୀଙ୍କ ‘ରିଲ୍ସ’

ନୂଆଦିଲ୍ଲୀ,୩୦।୧: ଛତିଶଗଡ଼ର ସବୁଠାରୁ ସୁରକ୍ଷିତ ଜେଲ୍‌ରୁ ଏକ ଚିନ୍ତାଜନକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ଯୁବତୀ ଜେଲ୍ ଭିତରେ ପଶି ନିଜ ପ୍ରେମିକକୁ ଭେଟିବା ସହ ସେଠାରେ…

ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri