ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ସାଜିଲେ ଘାତକ

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ବିଜେଡିରେ ଥିବା ଦୁଇ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ଚଳିତ ନିର୍ବାଚନରେ ଘାତକ ସାଜିଛନ୍ତି। ବୁଧବାର ଭୋଟ ଗ୍ରହଣ ବେଳେ ସଂଘଠିତ ନିର୍ବାଚନୀ ହିଂସା ଏହାର କାରଣ ବୋଲି ସବୁଠି ଚର୍ଚ୍ଚାର ବିଷୟ ହୋଇଛି। ବର୍ତ୍ତମାନର ବିଧାୟିକା ସୁନନ୍ଦା ଦାସ ଓ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭାଜପାରୁ ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କ ସମର୍ଥିତ ସରପଞ୍ଚ ପ୍ରାର୍ଥୀ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ଏରବାଙ୍କ ପଞ୍ଚାୟତରେ ଉତ୍ତେଜନା ପ୍ରକାଶ ପାଇବା ସହ ବୋମାମାଡ଼, ବୁଥ କ୍ୟାପଚରିଂ, ଘରକୁ ପଶି ଆକ୍ରମଣ ଭଳି ହିଂସାକାଣ୍ଡ ଘଟିଥିଲା। ପୋଲିସ ଉପସ୍ଥିତିରେ ଏଭଳି କାଣ୍ଡ ଘଟିଛି। ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ରୁଦ୍ରପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ କରୁଣାକର ଆଚାର୍ଯ୍ୟ ଓ ତାଙ୍କ ସମର୍ଥକ ମଣିନାଥ ସାହୁଙ୍କୁ ପୋଲିସ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଏଥିରେ ସମ୍ପୃକ୍ତ ଏକାଧିକ ଅଭିଯୁକ୍ତଙ୍କୁ ଗିରଫ କରିବାରେ ଯାଜପୁର ସଦର ଥାନା ପୋଲିସ ଏଯାଏ ସଫଳ ହୋଇପାରିନାହିଁ । ଏହି କାରଣରୁ ବରୀ ବ୍ଲକରେ ଆସନ୍ତା ୨୪ ତାରିଖରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ଆହୁରି ତୁମୁଳକାଣ୍ଡ ହୋଇପାରେ ବୋଲି ସ୍ଥାନୀୟ ଜନସାଧାରଣ ଆଶଙ୍କା ପ୍ରକାଶ କରିଛନ୍ତି।
ଯାଜପୁର ବ୍ଲକର ୨୬ ପଞ୍ଚାୟତରେ ବୁଧବାର ପଞ୍ଚାୟତ ନିର୍ବାଚନ ସମ୍ପନ୍ନ ହୋଇଛି। ଏହି ବ୍ଲକର ଏରବାଙ୍କ, ସାହସପୁର, ସୁଜନପୁର, ଛତିଶଦେବିଲ, ରୁଦ୍ରପୁର, ସାନସୁଆର, ବଡସୁଆର ଓ ଝାଲପଡା ପଞ୍ଚାୟତ ବରୀ ନିର୍ବାଚନମଣ୍ଡଳୀ ଅଧୀନରେ ରହିଛି। ଏହି ପଞ୍ଚାୟତଗୁଡ଼ିକରେ ବରୀ ବିଧାୟିକା ସୁନନ୍ଦା ଦାସ ଓ ଅନ୍ୟତମ ବିଜେଡିର ପ୍ରଭାବଶାଳୀ ନେତା ବିଶ୍ୱରଞ୍ଜନ ମଲ୍ଲିକଙ୍କ ସମର୍ଥିତ ସରପଞ୍ଚ, ସମିତିସଭ୍ୟ ପ୍ରାର୍ଥୀ ରହିଛନ୍ତି। ‘ଯିଏ ଜିତିବ ସେ ଆମର’ ନୀତିରେ ବିଜେଡି ଏଠାରେ ରଣନୀତି ଚଳାଇଛି। ଏହି କାରଣରୁ ବୁଧବାର ପଞ୍ଚାୟତ ନିର୍ବାଚନରେ ବ୍ୟାପକ ହିଂସାକାଣ୍ଡ ଘଟିଥିବା କୁହାଯାଉଛି। ବିଶେଷକରି ଏରବାଙ୍କ ପଞ୍ଚାୟତରେ ୨ ସରପଞ୍ଚ ପ୍ରାର୍ଥୀ ଓ ପ୍ରାର୍ଥତ୍ନୀଙ୍କ ମଧ୍ୟରେ ଟଣାଓଟରା ହୋଇଛି। ୨ ଓ ୩ ନମ୍ବର ବୁଥ୍‌ରେ କ୍ୟାପଚରିଂ ହେବା ସହ ଗାଁ ଦାଣ୍ଡରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ମାର୍‌ପିଟ ହୋଇଥିଲା। ଏପରିକି ଏକ ଗୋଷ୍ଠୀ ବୋମାମାଡ଼ କରିଛନ୍ତି। ଇଟାପଥର ମାଡ଼ରେ ବହୁ ଲୋକ ଆହତ ହୋଇଛନ୍ତି। ସେତିକିରେ ଆକ୍ରମଣକାରୀମାନଙ୍କ ମନଶାନ୍ତି ହୋଇ ନ ଥିଲା। ସେମାନେ ଏଜେଣ୍ଟମାନେ ଲୁଚିଥିବା ଘରର କବାଟ ଝରକା ଭାଙ୍ଗିବା ସହିତ ସେଠାରେ ଥିବା ବାଇକ୍‌କୁ ଚୂରମାର କରିଦେଇଥିଲେ। କେବଳ ଏତିକି ନୁହଁ ଜଣେ ଗର୍ଭବତୀ ମହିଳାଙ୍କୁ ବି ସେମାନେ ଆକ୍ରମଣ କରିବାକୁ ପଛାଇ ନ ଥିଲେ। ଏ ସଂକ୍ରାନ୍ତରେ ଯାଜପୁର ସଦର ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri