ବରୁଣେଇ ପୁରୁଣା ଡିଆରଡିଏ କୋଠା ଜବରଦଖଲ ମୁକ୍ତ ଦାବିରେ ଧାରଣା

ଖୋର୍ଦ୍ଧା ଅଫିସ,୧୫।୩: ରାଜ୍ୟ ସରକାର ୧୯୯୮ ମସିହାରେ ପ୍ରାୟ ୫୦ ଲକ୍ଷ ବ୍ୟୟ ଅଟକଳରେ ବରୁଣେଇ ପାହାଡ଼ ପାଦଦେଶରେ ୧.୮୩୨ ଏକର ଜାଗା ଉପରେ ଏକ ଡିଆରଡିଏ କୋଠା ନିର୍ମାଣ କରିଥିଲେ। ପରବର୍ତ୍ତୀ ସମୟରେ ନୂତନ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରକୁ ଏହା ସ୍ଥାନାନ୍ତରିତ ହୋଇଥିଲା। ପୁରୁଣା କୋଠାରେ ଡିଆରଡିଏର ତାଲିମ କେନ୍ଦ୍ର ଲାଗି ଯୋଜନା ରହିଥିଲା। ସେଠାରେ ଇଡ୍‌କୋ ପକ୍ଷରୁ ଏକ ଘରୋଇ କଲେଜ ନିର୍ମାଣ ଲାଗି ୧୫ ଏକର ଜାଗା ଯୋଗାଇ ଦିଆଯାଇଥିଲା। ପରିତ୍ୟକ୍ତ ଅବସ୍ଥାରେ ଥିବା ପୁରୁଣା ଡିଆରଡିଏ କୋଠା ସହ ସଂପୃକ୍ତ ଜମି ନିଜ ଅକ୍ତିଆରକୁ ନେଇ ସେଠାରେ ନିଜ କୋଠା ନିର୍ମାଣ କରିଛି। ଅନ୍ୟପକ୍ଷରେ ସେଠାରେ ରାଷ୍ଟ୍ରପତିଙ୍କ ଦ୍ବାରା ଶିଳାନ୍ୟାସ ହୋଇଥିବା ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ଲାଗି ଆବଶ୍ୟକ ୧୦ ଏକର ଜମି ଅଭାବରୁ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇ ପାରୁନାହିଁ। ବେଆଇନ ଭାବେ ସଂପୃକ୍ତ କଲେଜ ଅଧୀନରେ ପୁରୁଣା ଡିଆରଡିଏ କୋଠା ଓ ୧.୮୩୨ ଜମି ଜବରଦଖଲ ମୁକ୍ତ କରି ସ୍ମାରକୀ ନିର୍ମାଣ କାର୍ଯ୍ୟରେ ବିନିଯୋଗ ଦାବିରେ ସୋମବାର ସାମାଜିକ ଅନୁଷ୍ଠାନ ‘ନ୍ୟୁ ଥିଙ୍କିଙ୍ଗ ଫୋରମ’ ଏବଂ ଖୋର୍ଦ୍ଧା ସଚେତନ ନାଗରିକ ମଞ୍ଚ, ବୁଦ୍ଧିଜୀବୀ, ସାମାଜିକ କର୍ମୀ, ପାଇକ ସଙ୍ଗଠନର କର୍ମକର୍ତ୍ତା ଏହି ଧାରଣାରେ ସାମିଲ ହୋଇଛନ୍ତି। ଏଥିସହିତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri