ନାବାଳିକାଙ୍କୁ ଅସଦାଚରଣ କରି ବୃଦ୍ଧ ଗିରଫ

କେନ୍ଦୁଝର,୨୩ା୪(ସ୍ବ.ପ୍ର.): ବଡ଼ବିଲ ଥାନା ଅନ୍ତର୍ଗତ ସାଧୁସିଂ ହାଟିଂରେ ଶୁକ୍ରବାର ଅପରାହ୍ନରେ ଜଣେ ୧୦ ବର୍ଷର ନାବାଳିକାକୁ ଉକ୍ତ ଅଞ୍ଚଳର ୬୭ ବର୍ଷୀୟ ବୃଦ୍ଧ କ୍ରୀଷ୍ଣା ପ୍ରସାଦ କେଶରୀ ଉଲଗ୍ନ କରି ଅସଦାଚରଣ କରିବା ସହ ମାଡ଼ ମାରିବା ଅଭିଯୋଗ ହୋଇଛି। ଗତକାଲି ବଡ଼ବିଲ ଓ୍ବାର୍ଡ ନଂ. ୧୫ ସାଧୁସିଂ ହାଟିଂ ପଡ଼ିଆରେ ପୀଡ଼ିତା ନାବାଳିକା ଚେତାଶୂନ୍ୟ ହୋଇପଡ଼ିବା ପରେ ପ୍ରଥମେ ବଡ଼ବିଲ ଏବଂ ପରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ଶିଶୁ ଓ୍ବାର୍ଡର ଏକ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରିଥିଲେ। ଅଭିଯୋଗ ପାଇବା ପରେ ଏ ନେଇ ବଡ଼ବିଲ ପୋଲିସ କେସ ନଂ. ୬୯/୨୨ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଥିବା ତଦନ୍ତକାରୀ ଅଧିକାରିଣୀ ତ୍ରିପୁରା ପ୍ରିୟଦର୍ଶିନୀ ପ୍ରକାଶ କରିଛନ୍ତି। ଏହି ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ଡାକ୍ତରୀ ମଇନା ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri