ବୃଦ୍ଧାଙ୍କୁ ଘରେ ପଶି ଆକ୍ରମଣ ଘଟଣା: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ବି.ପାର୍ବତୀ ପାତ୍ରଙ୍କୁ ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗରେ ଚୁଡୁଙ୍ଗପୁର ଗ୍ରାମରେ ରହୁଥିବା ଗୋଳନଥରା ଥାନା ମଦନମୋହନପୁର ଗ୍ରାମର କାଳୁ ପାତ୍ରଙ୍କୁ ମଙ୍ଗଳବାର ଥାନା ଏସ.ଆଇ ସୋଫିଆ ମିଶ୍ର ଗିରଫକରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୩୧୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ସୋମବାର ସା ପ୍ରାୟ ସାଢେ ୬ ଟାରେ କାଳୁ ,ହରି ପାତ୍ର,କାଳିଆ ପାତ୍ର ପାର୍ବତୀଙ୍କ ଘର ପାଖରେ ଅନ୍ୟ ଏକ ଘରେ ରହୁଥିବା ବଡ଼ପୁଅ ଶିବ ପାତ୍ରଙ୍କ ଘରର ଗ୍ରିଲ ଓ ତାଲା ଭାଙ୍ଗି ଘର ଭିତରେ ପଶି ଘର ଆଲମିରାରୁ ୧୦ ହଜାର ଟଙ୍କା ଏବଂ ୧୪ ଗ୍ରାମ ଓଜନର ସୁନା ହାର ନେଇଯାଇଥିଲେ। ଶବ୍ଦ ଶୁଣି ପାର୍ବତୀ ସେଠାକୁ ଯାଇ ପ୍ରତିବାଦ କରିବାରୁ ସେମାନେ ସଂଘବଦ୍ଧ ଭାବେ ତାଙ୍କୁ ମାଡ ମାରିଥିଲେ। ପାଟି ଶୁଣି ପାର୍ବତୀ ଙ୍କ ସ୍ବାମୀ ବି. କୁଷ୍ଟୁ ପାତ୍ର ଦୌଡ଼ି ଆସିବାରୁ କାଳୁ ଠେଙ୍ଗାରେ ତାଙ୍କ ମୁଣ୍ଡକୁ ମାଡ଼ ମାରିଥିଲେ। ବଡବୋହୂ ବି. ଶିଳ୍ପା ପାତ୍ର ସେଠାକୁ ଆସି ଶାଶୁ ପାର୍ବତୀଙ୍କୁ ଉଦ୍ଧାର କରିବା ବେଳେ କାଳୁ ତାଙ୍କ ଚୁଟି ଓ ପିନ୍ଧା ଲୁଗା କୁ ଧରି ଅସଦାଚରଣ କରିଥିଲେ। ଆକ୍ରମଣରେ ଆହାତ ପାର୍ବତୀ ଏବଂ ତାଙ୍କ ସାମୀ କୁଷ୍ଟୁ ଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ହୋଇ ଫେରିବା ପରେ ପାର୍ବତୀ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ନିମନ୍ତେ ଏସ.ଆଇଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri