ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ ପ୍ରାୟ ସାଢ଼େ ୯ ଟାରେ ବିଭତ୍ସ ଭାବେ ହତ୍ୟା କରାଯାଇଛି। ଖବରପାଇ କେ.ନୂଆଗାଁ ଥାନା ଆଇଆଇସି କିଶୋର କୁମାର ସାମଲ,ଏଏସ୍‌ଆଇ ସି. ତାରକେଶ୍ୱର ରାଓ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ସିନ୍ଧବା ଗ୍ରାମର ଶିବ ଗୌଡ଼ ଏବଂ ଚିକୁନ ଗୌଡ଼ ନାମକ ୨ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ମାରାଥନ ଜେରା କରୁଥିବା ଜଣାପଡିଛି। ସନ୍ୟାସୀଙ୍କ ପୁଅ ବିଚିତ୍ର ଗୌଡ଼ଙ୍କ ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୧/୨୬ ଅନୁଯାୟୀ ବ୍ୟବଚ୍ଛେଦ କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।

ସୂଚନାନୁଯାୟୀ, ଗତ କିଛିଦିନ ହେଲା ଗାଁରେ ରହୁଥିବା ସନ୍ୟାସୀଙ୍କ ନାତୁଣୀଙ୍କୁ ଶିବ ହଇରାଣ ହରକତ କରୁଥିଲେ। ସନ୍ୟାସୀ ତାଙ୍କୁ ଏଭଳି କାମରୁ ନିବୃତ୍ତ ହେବାକୁ ଚେତାବନୀ ଦେଇଥିଲେ। ଗତ ମଙ୍ଗଳବାର ରାତି ପ୍ରାୟ ୯ଟା ସମୟରେ ପୁଣିଥରେ ଶିବ ତାଙ୍କ ନାତୁଣୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଗୁରୁବାର ସକାଳେ ଘର ସମ୍ମୁଖରେ ଶିବଙ୍କୁ ଦେଖି ସନ୍ୟାସୀ ଘଟଣା କ’ଣ ପଚାରିଥିଲେ। ଏଥିରେ ଉତ୍ତେଜିତ ହୋଇ ଶିବ ଓ ତାଙ୍କ ସମ୍ପର୍କୀୟ ଚିକୁନ ସନ୍ନ୍ୟାସୀଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତେଜିତ ହୋଇ ଶିବ ଏକ ଭଙ୍ଗା ଠେସ କାଠରେ ସନ୍ୟାସୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା ଏତଲାରେ ଉଲ୍ଲେଖ ରହିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri