ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ରାସୋଳ, ୬ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ ଶୁକ୍ରବାର ପୁଣି ମୁଣ୍ଡ ନେଇଛି ଗୋଠଛଡ଼ା ଦନ୍ତା। ମୃତକ ହେଲେ ରାସୋଳ ସେକ୍ସନ ଜରଡ଼ା ପଞ୍ଚାୟତ ଅନ୍ତର୍ଗତ ବାଲିକିଆରୀ ଗ୍ରାମର ଲକ୍ଷ୍ମୀଧର ପାତ୍ର (୭୦)। ଶୁକ୍ରବାର ଭୋର୍‌ ସମୟରେ ଲକ୍ଷ୍ମୀଧର ଶୌଚ ହେବା ପାଇଁ ଘର ନିକଟ ପୋଖରୀକୁ ଯାଇଥିବାବେଳେ ଉକ୍ତ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ହିଂସ୍ର ହାତୀ ତାଙ୍କୁ ଶୁଣ୍ଢରେ ଟେକିନେଇ କଚାଡ଼ି ଦେଇଥିଲା। ଲକ୍ଷ୍ମୀଧରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବାବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ସୂଚନା ପାଇ ଡେପୁଟି ବନାଞ୍ଚଳ ଅଧିକାରୀ ରାକେଶ ଦଳେଇ, ରାସୋଳ ବନପାଳ ଶୁଭେନ୍ଦୁ ଭୂୟଁ। , ପଶାସିଂ ଫରେଷ୍ଟଗାର୍ଡ ସବିତା ବେହେରା, ହାତୀ ସ୍କ୍ବାଡ୍‌ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ରାସୋଳ ଥାନାଧିକାରୀ ବିଜୟ କୁମାର ହାଇବ୍ରୁ ମୃତଦେହ ଜବତ କରିଥିଲେ। ହିନ୍ଦୋଳ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି। ନିୟମ ଅନୁଯାୟୀ ଲକ୍ଷ୍ମୀଧରଙ୍କ ପରିବାରକୁ ସମସ୍ତ ସରକାରୀ ସହାୟତା ମିଳିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ଲକ୍ଷ୍ମୀଧର ଗାଁ ଗାଁ ବୁଲି ଖେଳଣା ବିକ୍ରି କରୁଥିଲେ। ତାଙ୍କର ଦୁଇପୁଅ ମଧ୍ୟରୁ ଜଣଙ୍କର କିଡ୍‌ନୀ ରୋଗରେ ଦେହାନ୍ତ ହୋଇଯାଇଥିବାବେଳେ ଅନ୍ୟ ଜଣେ ବେଙ୍ଗାଲୁରୁରେ ରହୁଛନ୍ତି। ଏହି ଘଟଣା ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ...

ରାସ୍ତା କାର୍ଯ୍ୟରେ ଅନିୟମିତତା ଅଭିଯୋଗ

କାଳିଆପାଣି,୨୯ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକର ଖଣି ଅଞ୍ଚଳରେ ବିଭିନ୍ନ ଯୋଜନାରେ ନିର୍ମାଣାଧୀନ କଂକ୍ରିଟ ରାସ୍ତା ଅତି ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏଭଳି...

ଭାଜପା-କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ

ତିହିଡ଼ି,୨୯।୩ (ସଞ୍ଜିତ ବଳ):ଭଦ୍ରକ ଜିଲା ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ଚିନ୍ତାରେ...

୫ ମାସ ପରେ ବି ସରିଲାନି ଡିପିଆର୍‌

ଯାଜପୁର,୨୯ା୩ (ହର୍ଷବର୍ଦ୍ଧନ ବେହେରା):ଯାଜପୁର ରୋଡ୍‌ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଓ ଆରଡି ପ୍ରସ୍ତାବିତ ନୂତନ ରେଳପଥର ଚୂଡ଼ାନ୍ତ ଲୋକେଶନ ସର୍ଭେ ଏବଂ ଡିଟେଲ...

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ...

ସନାତନ ଭାଜପାରୁ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କେନ୍ଦୁଝର,୨୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ପ୍ରଥମେ କଂଗ୍ରେସ, ପରେ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବରେ ଛିଡ଼ା ହୋଇ ଚମ୍ପୁଆ ବିଧାୟକ ହେଲେ। ଚଳିତ ନିର୍ବାଚନ ତାରିଖ ଘୋଷଣା...

ରାତିସାରା ଚାଲିଛି ମୋରମ ଲୁଟ୍‌

ଯାଜପୁର/କୋରେଇ(ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୯ା୩ : ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ କାରବାରକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ରାଜସ୍ବ ବିଭାଗଠାରୁ ଖଣି ବିଭାଗକୁ ଦାୟିତ୍ୱ ହସ୍ତାନ୍ତର ହୋଇଛି।...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri