ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧ ମୃତ

ହିଞ୍ଜିଳିକାଟୁ,୨୯।୬(ଦ୍ବିତୀକୃଷ୍ଣ ପଣ୍ଡା): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏଭଳି ଘଟଣା ହିଞ୍ଜିଳି ଥାନା ଅନ୍ତର୍ଗତ ଆଡପଡା ଫାଣ୍ଡି ଅଧିନ କଇଠଡୋ ଗ୍ରାମରେ ଘଟିଛି। ମୃତକ ହେଲେ ହରିମଲ୍ଲ (୮୫)। ଏନେଇ ମୃତକଙ୍କ ପୁଅ ରମେଶ ମଲ୍ଲ ହିଞ୍ଜିଳି ଥାନାରେ ନ୍ୟାୟ ଆଶାରେ ଏକ ଏତଲା ଦେଇଛନ୍ତି ।

ପ୍ରକାଶ ଯେ, କଇଠବେଡା ଗ୍ରାମର ବୃଦ୍ଧ ହରିମଲ୍ଲ ଝିଅ ଘର ମୋହିଗୁଡା ଗ୍ରାମକୁ ଯିବା ସମୟରେ ମୋହିଗୁଡା ଗ୍ରାମ ନିକଟରେ କେନାଲ କାମ ଚାଲିଥିଲା। କେନାଲ କାର୍ଯ୍ୟ କରିବା ନିମନ୍ତେ ଲାଗିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେଠାରେ ସେ ଅଚେତ ଅବସ୍ଥାରେ ପଡ଼ିଥିଲେ। ଖବରପାଇ ପରିବାର ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଙ୍କୋରଡା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ହରିମଲ୍ଲଙ୍କୁ ମୃତ ଘୋଷଣା କରିଥିଲେ। ପୁଅ ରମେଶ ହିଞ୍ଜିଳି ଥାନାରେ ପହଞ୍ଚି ପରିବାରକୁ ନ୍ୟାୟ ଆଶାରେ ଥାନାରେ ଏକ ଏତଲା ଦେଇଛନ୍ତ। ଏ ନେଇ ହିଞ୍ଜିଳି ଥାନାରେ ୪୫୨/୨୩ ରେ ମାମଲା ରୁଜୁ କରି ଘଟଣାସ୍ଥଳରେ ହିଞ୍ଜିଳି ପୋଲିସ ପହଞ୍ଚି ତଦନ୍ତ ଚଳାଇଥିବା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri