ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବୃଦ୍ଧାଙ୍କ ମୃତ୍ୟୁ

ରାୟଗଡ଼ା,୨୭।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗାନ୍ଧୀ ନଗର ଦ୍ୱିତୀୟ ଲେନରେ ଏକ ଦୁଃଖଦ ଘଟଣାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ କେ. ଭେଙ୍କଟ ରାଓଙ୍କ ପତ୍ନୀ କେ. ଭାରତୀ (୬୨)।

ଘଟଣା ଅନୁଯାୟୀ, ରବିବାର ଭୋର ୫ଟା ସମୟରେ ଭାରତୀ ଘର ପଛପଟେ ଓଦା ଲୁଗା ଶୁଖାଇବା ପାଇଁ ଲୁହା ତାରରେ ଲୁଗା ଟାଙ୍ଗୁଥିଲେ। କିନ୍ତୁ କୌଣସି କାରଣରୁ ଉକ୍ତ ତାରରେ ବିଦ୍ୟୁତ୍ ସରବରାହ ହେଉଥିବା ଯୋଗୁଁ ଭାରତୀ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଅଘଟଣ ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ଲୋକେ ଏବଂ ପରିବାର ସଦସ୍ୟମାନେ ଏହି ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପ୍ରଶାସନ ଏହି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି, ଏବଂ ବିଦ୍ୟୁତ୍ ସମ୍ପର୍କ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଦିଗରେ ପଦକ୍ଷେପ ନେବାକୁ ଚିନ୍ତା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri