ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ବୃଦ୍ଧାଙ୍କ ମୃତ୍ୟୁ

ରାୟଗଡ଼ା,୨୭।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗାନ୍ଧୀ ନଗର ଦ୍ୱିତୀୟ ଲେନରେ ଏକ ଦୁଃଖଦ ଘଟଣାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ମୃତ ବୃଦ୍ଧା ଜଣକ ହେଲେ କେ. ଭେଙ୍କଟ ରାଓଙ୍କ ପତ୍ନୀ କେ. ଭାରତୀ (୬୨)।

ଘଟଣା ଅନୁଯାୟୀ, ରବିବାର ଭୋର ୫ଟା ସମୟରେ ଭାରତୀ ଘର ପଛପଟେ ଓଦା ଲୁଗା ଶୁଖାଇବା ପାଇଁ ଲୁହା ତାରରେ ଲୁଗା ଟାଙ୍ଗୁଥିଲେ। କିନ୍ତୁ କୌଣସି କାରଣରୁ ଉକ୍ତ ତାରରେ ବିଦ୍ୟୁତ୍ ସରବରାହ ହେଉଥିବା ଯୋଗୁଁ ଭାରତୀ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଅଘଟଣ ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସ୍ଥାନୀୟ ଲୋକେ ଏବଂ ପରିବାର ସଦସ୍ୟମାନେ ଏହି ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପ୍ରଶାସନ ଏହି ଘଟଣାର ତଦନ୍ତ କରୁଥିବା ଜଣାପଡ଼ିଛି, ଏବଂ ବିଦ୍ୟୁତ୍ ସମ୍ପର୍କ ସମ୍ପର୍କିତ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ଦିଗରେ ପଦକ୍ଷେପ ନେବାକୁ ଚିନ୍ତା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri