ପୋଖରୀରେ ବୁଡ଼ି ବୃଦ୍ଧଙ୍କ ଜୀବନ ଗଲା

ରୂପ୍‌ସା,୧୩।୬(ଡି.ଏନ୍‌.ଏ.): ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅଧୀନ ବଳବୁଧି ଗ୍ରାମର ଜଣେ ବୃଦ୍ଧ ପୋଖରୀରେ ବୁଡ଼ି ସୋମବାର ପ୍ରାଣ ହରାଇଛନ୍ତି। ସେ ହେଲେ ମଧୁସୂଦନ ମହାଳିକ।

ଅସାବଧାନତା ବଶତଃ ସେ ପୋଖରୀରେ ପଡ଼ିଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ତାଙ୍କୁ ପୋଖରୀରେ ପଡ଼ିଥିବା ଦେଖିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ବସ୍ତା ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।