ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ ଘଟିଛି ହତ୍ୟା ଘଟଣା। ଗୁଣିଗାରେଡ଼ି ଓ ଡାହାଣୀ ସନ୍ଦେହ କରାଯାଇ ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସାନପତ୍ରାପାଲି କେନ୍ଦାଖୋଲ ଗ୍ରାମର ବୃଦ୍ଧ ଦମ୍ପତିଙ୍କୁ ସଂଘବଦ୍ଧ ଭାବେ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରାଯାଇଛି। ଏଥିରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବାବେଳେ ବୃଦ୍ଧା ଆହତ ହୋଇଛନ୍ତି। ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ହେଉଛନ୍ତି ମହାଦେବ ପ୍ରଧାନ(୬୫)। ମଙ୍ଗଳବାର ସକାଳେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଥିଲା। ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ ଗିରଫକରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ କୁମୁଦ ବାଗ (୩୭), ଲବ କୁଜୁର(୨୨), ଶିବ ପ୍ରଧାନ (୪୦) ଓ ପ୍ରମୋଦ ବାଗ(୩୫)। ହତ୍ୟାରେ ବ୍ୟବହୃତ ଚୁଲିଫୁଙ୍କା ନଳ, ଲାଠି ଓ ଛୁରି ଆଦି ପୋଲିସ ଜବତ କରିଛି।
ସୂଚନା ଅନୁଯାୟୀ କେନ୍ଦାଖୋଲ ଗ୍ରାମରେ ମହାଦେବ ଓ ତାଙ୍କ ସ୍ତ୍ରୀ ଅମିଲା ରହୁଥିଲେ। ଦମ୍ପତିଙ୍କର ପୁଅ ନ ଥିବାବେଳେ ଏକମାତ୍ର ଝିଅ ବାଲିଜୁରୀ ଗ୍ରାମରେ ବିବାହ କରିଛନ୍ତି। ମହାଦେବ ଗୁଣିଗାରେଡ଼ି କାର୍ଯ୍ୟକରିବା ସହ ଅମିଲା ଡାହାଣୀ ବୋଲି ଗାଁ ଲୋକେ ସନ୍ଦେହ କରୁଥିଲେ। ଗାଁରେ କେତେଜଣଙ୍କ ଦେହ ଭଲ ରହୁ ନ ଥିବାରୁ ବୃଦ୍ଧ ଦମ୍ପତିଙ୍କ ଉପରେ ସନ୍ଦେହ ଦୃଢ଼ୀଭୂତ ହୋଇଥିଲା। ତେଣୁ ଏହି ୪ ଯୁବକ ସୋମବାର ରାତି ପ୍ରାୟ ୮ଟା ୩୦ରେ ଦମ୍ପତିଙ୍କ ଘରକୁ ଯାଇ ସଂଘବନ୍ଧ ହୋଇ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ମହାଦେବଙ୍କ ମୃତ୍ୟୁ ଘଟିଥିବାବେଳେ ସ୍ତ୍ରୀ ଅମିଲା ଆହତ ହୋଇଛନ୍ତି। ବୃଦ୍ଧଙ୍କ ଝିଅ ଜୟନ୍ତୀ ବାଗ ବିଳମ୍ବିତ ରାତିରେ ଘଟଣା ସମ୍ପର୍କରେ ଜଣେ ବ୍ୟକ୍ତିଙ୍କଠାରୁ ଫୋନ ଯୋଗେ ଖବର ପାଇଥିଲେ। ମଙ୍ଗଳବାର ଭୋର ବାପଘରେ ପହଞ୍ଚତ୍ ମା’ଙ୍କୁ ଡାକ୍ତରଖାନା ନେବା ସହ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଖବରପାଇ ସଦର ଏସ୍‌ଡିପିଓ ନିର୍ମଳ ମହାପାତ୍ର ସାଇଣ୍ଟିଫିକ୍‌ ଟିମ୍‌ ସହିତ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଅଭିଯୁକ୍ତମାନେ ଗୁଣିଗାରେଡ଼ି ସନ୍ଦେହରେ ସଂଘବନ୍ଧ ଆକ୍ରମଣ କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ଏନେଇ ସଦର ଥାନାରେ ଏକ ମାମଲା (ନଂ.୧୮୫/୨୦୨୬) ରୁଜୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?