Posted inଜାତୀୟ

ଡିଜିଟାଲ ଆରେଷ୍ଟରେ ୧.୨ କୋଟି ହରାଇଲେ ବୃଦ୍ଧ: ଆଉ ତା’ପରେ ଯାହା ଘଟିଲା…

ପୁଣେ,୩୦ା୧୦: ଡିଜିଟାଲ ଆରେଷ୍ଟ ସାଇବର ଠକେଇରେ ଫସି ମାସେ ତଳେ ୧.୨ କୋଟି ଟଙ୍କା ହରାଇଥିବା ପୁଣେର ୮୩ ବର୍ଷୀୟ ବ୍ୟକ୍ତିଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ଠକମାନେ ନିଜକୁ ପୋଲିସ ଓ ସିବିଆଇ ଅଫିସରର ପରିଚୟ ଦେଇ ଉକ୍ତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ତାଙ୍କ ସ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଥିଲେ।

ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ସମ୍ପୃକ୍ତ ଥିବା ମନିଲଣ୍ଡରିଂ ମାମଲାରେ ତାଙ୍କ ନାମ ରହିଥିବା କହି ସେମାନେ ଉକ୍ତ ବୃଦ୍ଧ ବ୍ୟକ୍ତିଙ୍କୁ ଭୟଭୀତ କରାଇବା ସହ ଏକାଧିକ ଥରରେ ୧.୨ କୋଟି ଟଙ୍କା ନେଇଯାଇଥିଲେ। ହୃଦ୍‌ଘାତରେ ବୃଦ୍ଧଙ୍କ ମୃତ୍ୟୁ ପରେ ତାଙ୍କ ସ୍ତ୍ରୀ ଏନେଇ ଏକ ଏତଲା ଦେଇଥିବା ସାଇବର ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ…

ଭିବି ରାମଜି, ସମଗ୍ର ଶିକ୍ଷା ଯୋଜନାର ସାମାଜିକ ସମୀକ୍ଷା: କାମ ନ କରି ଉଠାଯାଇଛି ୩ ପ୍ରକଳ୍ପର ଟଙ୍କା

ନନ୍ଦପୁର,୧୪୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧୀନ ୨୩ ପଞ୍ଚାୟତର ଭିବି ରାମଜି(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କରାଯାଇଥିବା କାର୍ଯ୍ୟ ଓ ବିଦ୍ୟାଳୟଗୁଡ଼ିକରେ ସମଗ୍ର ଶିକ୍ଷା…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ…

ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri