ଶୁଣ୍ଢରେ ଟେକି କଚାଡ଼ି ଦେଲା ଦନ୍ତା

ଆନନ୍ଦପୁର,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଆଖପାଖ ଅଞ୍ଚଳରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜଙ୍ଗଲରେ ଖାଦ୍ୟ ଅଭାବ ଜନିତ ସମସ୍ୟାକୁ ନେଇ ବନ୍ୟଜନ୍ତୁ ଏବେ ଗାଁମୁହାଁ ହେବା ଚିନ୍ତାର ବିଷୟ ହୋଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ହାତୀ ଆକ୍ରମଣରେ ଆନନ୍ଦପୁର ବ୍ଲକ କୋଡପଡ଼ା ପଞ୍ଚାୟତର ଗୋଳାବନ୍ଧ ଗ୍ରାମର ଜଇରାମ ନାଇକ(୭୪) ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନା ପରେ କଟକ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଜଇରାମ ଶୌଚ ହେବାକୁ ଯାଇଥିଲେ। ସେତିକିବେଳେ ସେ ଏକ ହାତୀ ହାବୁଡରେ ପଡିଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, କିଛି ଦିନ ତଳେ ଦୁଇଟି ଦନ୍ତା ହାତୀ ଆମ୍ବ, ପଣଷ ଖାଇବାକୁ ଆସି କୋଡପଡା ଏବଂ ବାଉଁଶଗଡ ଅଞ୍ଚଳରେ ବୁଲାବୁଲି କରୁଥିଲେ। ହେଲେ ଜଇରାମ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ତାଙ୍କୁ କଚାଡି ଦେଇଥିଲା। ସାଙ୍ଗରେ ନାତୀ ଥିବା ବେଳେ ସେ ଭୟରେ ଦୌଡି ଆସି ପରିବାରରେ ଘଟଣା ସମ୍ପର୍କରେ କହିଥିଲେ। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri