ଘରେ ମା’ ନଥିବା ବେଳେ ନାବାଳିକାଙ୍କୁ ଗାଡିରେ ବସାଇ ନେଇଯାଉଥିଲେ ବୃଦ୍ଧ : ଧରିକି ବହେ ଛେଚି ଦେଇଗଲେ…

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ନୂଆଁପଲ୍ଲୀ ଅଞ୍ଚଳରେ ମଙ୍ଗଳବାର ଅପହରଣ ସନ୍ଦେହରେ ଜଣଙ୍କୁୁ ଲୋକେ କାବୁ କରି ପୋଲିସକୁ ହସ୍ତାନ୍ତର କରିଛନ୍ତି। ଏଥିସହ ଉଦ୍ଧାର ନାବାଳିକାଙ୍କୁ ତାଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି । ଘଟଣାରୁ ପ୍ରକାଶ ଯେ ନୂଆଁପଲ୍ଲୀର ଜଣେ ନାବାଳିକା ଗ୍ରାମ ଦାଣ୍ଡରେ ଖେଳୁଥିଲେ। ତାଙ୍କ ମା ଜମିକୁ କାମ କରିବାକୁ ଚାଲି ଯାଇଥିଲେ। ଏହି ସମୟରେ ଅଭିଯୁକ୍ତ ଜଣଙ୍କ ଏକ ସ୍କୁଟିିରେ ଉକ୍ତ ଗ୍ରାମରେ ପହଞ୍ଚି ନାବାଳିକାଙ୍କୁ ନିଜ ଗାଡିରେ ବସାଇ ଗାଲେରି ଅଭିମୁଖେ ନେଉଥିଲେ। ଏହି ସମୟରେ କିଛି ଲୋକ ନାବାଳିକାଙ୍କୁ ଦେଖି ସନ୍ଦେହରେ ଅଟକ ରଖି ପଚରାଉଚରା କରିଥିଲେ। ପରେ ନାବାଳିକାଙ୍କୁ ଅପହରଣ କରିନେଉଥିବା ସନ୍ଦେହ କରି ଲୋକେ ଅଭିଯୁକ୍ତଙ୍କୁ ମାଡ ମାରିଥିଲେ । କେଉଁ କାରଣରୁ ନାବାଳିକାଙ୍କୁ ବୃଦ୍ଧ ଜଣଙ୍କ ନେଉଥିଲେ ତାହା ସଠିକ ଭାବେ ଜଣାପଡ଼ିନାହିଁ। ପୋଲିସ ତଦନ୍ତ ପରେ ଖବରଦାତା ସମ୍ମିଳନୀରେ ତାହା ସୂଚନା ଦେବା ସମ୍ଭାବନା ରହିଛି। ଏହାପୂର୍ବରୁ ମଧ୍ୟ ଅଭିଯୁକ୍ତ ଜଣଙ୍କ ସଂପୃକ୍ତ ଅଞ୍ଚଳର ଜଣେ ବୃଦ୍ଧଙ୍କୁ ସାହାଯ୍ୟ କରିବା ବାହାନାରେ ତାଙ୍କ ଠାରୁ ଭତା ବାବଦକୁ ଆଣିଥିବା ଦୁଇ ହଜାର ଟଙ୍କା ଛଡ଼ାଇ ନେଇଥିବା ମଧ୍ୟ ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପ୍ରକୃତ ରହସ୍ୟ ଖୋଜିବା ପାଇଁ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର…

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?